www.samajalive.in
Sunday, December 7, 2025
26.1 C
Bhubaneswar

ରବିବାର ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ : ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ

ନୂଆଦିଲ୍ଲୀ :  ଷଷ୍ଠ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ରବିବାର(ଆସନ୍ତାକାଲି) ମତଦାନ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି । ୨୦୧୯ ସାଧାରଣ ନିର୍ବାଚନର ଏହି ପର୍ଯ୍ୟାୟରେ ୭ଟି ରାଜ୍ୟର ୫୯ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ଆସନ୍ତାକାଲି  ଭୋଟ୍‍ ଗ୍ରହଣ କରାଯିବ। ଉତ୍ତର ପ୍ରଦେଶର ୧୪ଟି ଆସନ, ହରିୟାଣାର ସମସ୍ତ ୧୦ଟି ଆସନ, ପଶ୍ଚିମବଙ୍ଗ, ବିହାର ଓ ମଧ୍ୟପ୍ରଦେଶର ୮ଟି ଲେଖାଏଁ, ଦିଲ୍ଲୀର ସମସ୍ତ ୭ଟି ଆସନ ଏବଂ ଝାଡ଼ଖଣ୍ଡର ୪ଟି ଆସନରେ ମତଦାନ ହେବ।
ଏହି ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରମୁଖ ପ୍ରାର୍ଥୀମାନଙ୍କ ମଧ୍ୟରେ ଅଛନ୍ତି, ଅଛନ୍ତି ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ରାଧାମୋହନ ସିଂ, ହର୍ଷ ବର୍ଦ୍ଧନ, ମାନେକା ଗାନ୍ଧି, ନରେନ୍ଦ୍ର ସିଂହ ତୋମାର, କ୍ରିଷନ୍‍ ପାଲ୍‍ ଗୁର୍‍ଜର୍‍ ଏବଂ ରାଓ ଇନ୍ଦର୍‍ଜିତ୍‍ ସିଂ। ବିଜେପିର ଭୋପାଳ ଆସନ ପ୍ରାର୍ଥୀ ସାଧ୍ୱୀ ପ୍ରଜ୍ଞା ସିଂହ ଠାକୁର,ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦିଗ୍‍ବିଜୟ ସିଂହ ଓ ଭୂପିନ୍ଦର୍‍ ସିଂହ ହୁଦା ଏବଂ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ପ୍ରମୁଖଙ୍କ ରାଜନୈତିକ ଭାଗ୍ୟ ଏହି ପର୍ଯ୍ୟାୟରେ ନିର୍ଦ୍ଧାରିତ ହେବ।

ସେହିପରି ଦିଲ୍ଲୀରେ ପ୍ରମୁଖ ପ୍ରାର୍ଥୀମାନଙ୍କ ମଧ୍ୟରେ ଅଛନ୍ତି, ଡ଼କ୍ଟର ହର୍ଷ ବର୍ଦ୍ଧନ, ବିଜେପିର ଦିଲ୍ଲୀ ଶାଖା  ଅଧ୍ୟକ୍ଷ ମନୋଜ ତିୱାରୀ, କ୍ରିକେଟ୍‍ରୁ ରାଜନୀତିକୁ ଆସିଥିବା ଗୌତମ ଗମ୍ଭୀର, ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶିଲା ଦିକ୍ଷିତ୍‍, ବରିଷ୍ଠ କଂଗ୍ରେସ ନେତା ଅଜୟ ମାକେନ, ମୁଷ୍ଟିଯୋଦ୍ଧା ବିଜେନ୍ଦର ସିଂହ ଏବଂ ଆମ୍ ଆଦମୀ ପାର୍ଟିର ରାଘବ ଚଢ଼ା,ଆତିଶୀ ଏବଂ ଦିଲୀପ ପାଣ୍ଡେ ଏହି  ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

- Advertisement -

ସକାଳ ୭ଟାରୁ ମତଦାନ ଅରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories