ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୀକ୍ଷା କଲେ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ

ଡେସ୍କ: ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଶନିବାର ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିଛନ୍ତି। ଭକ୍ତଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ ପାଇଁ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ ତ୍ୱରାନ୍ୱିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତମାନଙ୍କ ସହ ଆଲୋଚନା କରିଥିଲେ।

ଏହି ସମୀକ୍ଷା ଅବସରରେ ଶ୍ରୀ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ, ଏମାର ମଠ ଓ ପଞ୍ଜାବୀ ମଠର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚି କୋଟ ଛକ ଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚି କୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ଶ୍ରୀ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ।

Comments are closed.