www.samajalive.in
Monday, December 15, 2025
14.1 C
Bhubaneswar

୫-ଟି ଉପକ୍ରମରେ ନନ୍ଦନକାନନ ହେବ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ

ଭୁବନେଶ୍ବର: ନନ୍ଦନକାନନର ହେବ ରୂପାନ୍ତର। ୫-ଟି ଉପକ୍ରମରେ ଏହାକୁ ଏକ ବିଶ୍ବସ୍ତରୀୟ ପ୍ରାଣୀ ଉଦ୍ୟାନ ଭାବେ ଏହାର ରୂପାନ୍ତର କରାଯିବ। ଚୂଡଙ୍ଗ ଜଙ୍ଗଲ ଅଞ୍ଚଳକୁ ଏଥିରେ ସାମିଲ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ରାଜ୍ୟ ବନ ବିଭାଗ ପକ୍ଷରୁ ନନ୍ଦନକାନନର ରୂପାନ୍ତର ପାଇଁ ଏକ ଉପସ୍ଥାପନା ରଖାଯାଇଥିଲା। ଏଥିରେ ନନ୍ଦନକାନନର କାୟାରେ ପରିବର୍ତ୍ତନ ପାଇଁ ଏକ ବିସ୍ତୃତ ଓ ଭବିଷ୍ୟମୁଖୀ ପ୍ରସ୍ତାବ ରଖାଯାଇଛି।

ଏ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବା ସହିତ ନନ୍ଦନକାନନରେ ପ୍ଲାଷ୍ଟିକର ବ୍ୟବହାର ସଂପୂର୍ଣ୍ଣ ନିଷେଧ କରିବା ପାଇଁ ନିର୍ଦେଶ ଦେଇଛନ୍ତି ଏବଂ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାମ ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଛନ୍ତି। ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ମଇ ୨୩ ତାରିଖରେ ଜଙ୍ଗଲ ବିଭାଗ ସମୀକ୍ଷା ସମୟରେ ନନ୍ଦନକାନନର ରୂପାନ୍ତର ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

- Advertisement -

ନୂଆ ଯୋଜନାରେ ପରିଦର୍ଶକ ମାନଙ୍କ ପାଇଁ ଅତିରିକ୍ତ ଉନ୍ନତ ସୁବିଧା, ଆଧୁନିକ ଫ୍ରଣ୍ଟେଜ ଓ ଲ୍ୟାଣ୍ଡସ୍କେପିଂ, ଟନେଲ ଆକ୍ବାରିଅମ, ୱାଟର ବାର୍ଡ ଆଭିଆରୀ ଦେଶ ବିଦେଶରୁ ନୂତନ ପ୍ରାଣୀ, ଏମର୍ସିଭ୍ ଏନକ୍ଲୋଜର ଓ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷାର ଏକ ସ୍ବତନ୍ତ୍ର ହବ୍‌ ଭାବରେ ବିକାଶ କରିବା ପାଇଁ ବ୍ୟବସ୍ଥା ରହିଛି।

ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ରୂପାନ୍ତର କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟ ୨୦୨୩ ରୁ ୨୦୨୫ ଓ ଦ୍ବିତୀୟ ପର୍ଯ୍ୟାୟ ୨୦୨୫ ରୁ ୨୦୨୮ ମଧ୍ୟରେ କାର୍ଯ୍ୟକାରୀ ହେବ। ପ୍ରଥମ ପର୍ଯ୍ୟାୟରେ ପ୍ରାଣୀ ଉଦ୍ୟାନ ଓ ବଟାନିକାଲ ଗାର୍ଡେନର ବିକାଶ ହେବାକୁ ଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ଚୂଡଙ୍ଗ ଜଙ୍ଗଲ ଅଞ୍ଚଳର ବିକାଶ କରାଯିବ । ଏଥିରେ ରାତ୍ରୀ ସଫାରୀ ଓ ସଫାରୀ କମ୍ପଲେକ୍ସର ବିକାଶ କରାଯିବ।

ନନ୍ଦନକାନନକୁ ପିଲାମାନଙ୍କ ପାଇଁ ପ୍ରକୃତି ଶିକ୍ଷା ଉପରେ ଏକ ଆକର୍ଷଣୀୟ ହବ୍‌ ଭାବରେ ବିକାଶ କରିବା ପାଇଁ ଯୋଜନା ରହିଛି । ଏଥିରେ ଆକ୍ଟିଭିଟି ଭିତ୍ତିକ ପ୍ରାଣୀ ଉଦ୍ୟାନ, ପ୍ରକୃତି ଶିକ୍ଷା ସହିତ କେତେକ ସ୍ବତନ୍ତ୍ର ସ୍କୁଲରେ ‘ନନ୍ଦନକାନନ କ୍ଲବ’ ଓ ‘ଜୁ ଆମ୍ବାସାଡର’ ଆଦି କାର୍ଯ୍ୟକ୍ରମ ରହିଛି। ଏହାସହିତ ନାଗରିକ ବିଜ୍ଞାନ, ଆପଣଙ୍କ ଗଛକୁ ଜାଣନ୍ତୁ ଆଦି ବିଭିନ୍ନ ଆକ୍ଟିଭିଟି କରାଯିବ। ପିଲାମାନଙ୍କ ପାଇଁ ସ୍ବତନ୍ତ୍ର ଇଣ୍ଟର୍ନସିଭ ଓ ଜୁ ଭଲ୍ୟୁଣ୍ଟିଅର ଆଦି କାର୍ଯ୍ୟକ୍ରମ କରାଯିବ।

ସୂଚନାଯୋଗ୍ୟ ଯେ ବର୍ତ୍ତମାନ ନନ୍ଦନକାନନରେ ୪୮ଟି ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ, ୭୭ଟି ପ୍ରଜାତିର ପକ୍ଷୀ, ୩୦ଟି ପ୍ରଜାତିର ସରୀସୃପ ଓ ୬ଟି ପ୍ରଜାତିର ଉଭୟଚର ପ୍ରାଣୀ ଅଛନ୍ତି। ସମୁଦାୟ ୧୬୧ ପ୍ରଜାତିର ୪୦୧୨ଟି ପ୍ରାଣୀ ଅଛନ୍ତି। ବର୍ତ୍ତମାନ ଦେଶ ବିଦେଶର ବିଭିନ୍ନ ସ୍ଥାନରୁ ଅଧିକ ପ୍ରାଣୀ ଆଣିବା ପାଇଁ ଯୋଜନା କରାଯାଇଛି। ଦେଶର ଉତ୍ତରପୂର୍ବ ଅଞ୍ଚଳରୁ ହୁକଲକ ଗିବନ, ପିକ ଟେଲ୍ଡ ମାକାକ୍ୟୁ, ୱାନ ହର୍ଣ୍ଣଡ ରାଇନୋସର୍ସ, କ୍ୟାପଡ ଲାଙ୍ଗୁର, ସ୍ପେକ୍ଟାକେଲ୍ଡ ମଙ୍କି, କ୍ଲାଉଡେଡ୍ ଲିଓପାଡ ଆଦି ଆଣିବାର ପ୍ରସ୍ତାବ ରହିଛି। ସେହିପରି ଅଷ୍ଟ୍ରେଲିଆରୁ କ୍ରସୱାରି, କଙ୍ଗାରୁ, ୱାଲବି ଆଦି ଆଣିବାର ପ୍ରସ୍ତାବ ମଧ୍ୟ ରହିଛି।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ। ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ । ନନ୍ଦନକାନନର ନିର୍ଦେଶକ ଉପସ୍ଥାପନା ରଖିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories