www.samajalive.in
Friday, December 12, 2025
27.1 C
Bhubaneswar

ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ବିକାଶ ପାଇଁ ଖର୍ଚ୍ଚ ହେବ ୬.୪୧ କୋଟି ଟଙ୍କା

ଭୁବନେଶ୍ୱର: ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ସମ୍ବଲପୁର ଖୀଣ୍ଡାର ବିକାଶ ସହ, ଏହାକୁ ଏକ ପର୍ଯ୍ୟଟନ ସ୍ଥଳ ଭାବେ ଗଢି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୬ କୋଟି ୪୧ ଲକ୍ଷ ଟଙ୍କା ମଧ୍ୟ ମୁଖ୍ୟମନ୍ତୀ ଅନୁମୋଦନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶକ୍ରମେ ସମ୍ବଲୁପର ଗସ୍ତରେ ଥିବା ୫-ଟି ସଚିବ ଭି.କେ.ପାଣ୍ଡିଆନ ଆଜି ଖୀଣ୍ଡା ଯାଇ ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଅବସରରେ ସେ ବୀର ସୁରେନ୍ଦ୍ର ସାଏ ଜନ୍ମ ପୀଠ ଖୀଣ୍ଡାର ବିକାଶ ସଂପର୍କରେ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ।

ଏହାପରେ ଏ ବିଷୟରେ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଫୋନ ଯୋଗେ ଅବଗତ କରାଇଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସଂପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ ଏବଂ ଏକ ଘଣ୍ଟା ଭିତରେ ନିଷ୍ପତ୍ତି ନେଇ ‘Development of Vir Surendra Sai Birth Place at Khinda, Samabalpur’ ପ୍ରକଳ୍ପକୁ ଅନୁମୋଦନ କରିଥିଲେ । ଏହି ପ୍ରକଳ୍ପରେ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମ ପୀଠର ବିକାଶ ହେବ ୧.୯୪୫ ଏକର ଜମିରେ ହେବାକୁ ଥିବା ଏହି ପ୍ରକଳ୍ପ ରେ ସୁରେନ୍ଦ୍ର ସାଏ ଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ସହ ସ୍ମୃତି ସଦନ ମଧ୍ୟ ନିର୍ମାଣ କରାଯିବ। ସେଠାରେ ଥିବା ସଂଗ୍ରହାଳୟ ଓ ପାଠାଗାରର ପୁନରୁଦ୍ଧାର କରାଯିବ। ଲ୍ୟାଣ୍ଡସ୍କେପିଂ ସହ ଉଦ୍ୟାନ ର ବିକାଶ କରାଯିବ । ସୁନ୍ଦର୍ ଭବରେ ଆଲୋକୀକରଣ ମଧ୍ୟ କରାଯିବ। ସେଠାରେ ଥିବା ମଞ୍ଚ ଓ ସମାବେଶ ସ୍ଥଳ ର ଉନ୍ନତିକରଣ କରାଯିବ।

- Advertisement -

ବୀର ସୁରେନ୍ଦ୍ର ସାଏ ଓଡିଆ ଜାତିର ପ୍ରାତସ୍ମରଣୀୟ ବ୍ୟକ୍ତିତ୍ୱ। ବୀର ସୁରେନ୍ଦ୍ର ସାଏ ତାଙ୍କର ଦୃଢ ନେତୃତ୍ୱ, ବିଚକ୍ଷଣ ରଣ କୌଶଳ ତଥା ନିଜର ପ୍ରତିଭା ଓ ଦକ୍ଷତା ବଳରେ ବ୍ରିଟିସ ସରକାରଙ୍କ ନିଦ ହଜାଇ ଦେଇଥିଲେ। ସେହି ମହାନ ସଂଗ୍ରାମୀଙ୍କର ଜନ୍ମସ୍ଥଳୀ ଖୀଣ୍ଡା, ପ୍ରତି ଓଡିଆଙ୍କ ପାଇଁ ଏକ ପବିତ୍ର ପୀଠ। ସ୍ୱାଧିନତା ସଂଗ୍ରାମରେ ତାଙ୍କର ମହାନ ଅବଦାନ ଯୁବସମାଜକୁ ସର୍ବଦା ପ୍ରେରଣା ଦେଇ ଚାଲିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

Related Articles

Popular Categories