www.samajalive.in
Monday, December 8, 2025
16.1 C
Bhubaneswar

ସଂପର୍କୀୟଙ୍କ ଶେଷକୃତ୍ୟ ସାରି ଫେରୁଥିବା ୬ ମୃତ

ପାଟନା: ନିଜର ଜଣେ ସଂପର୍କୀୟଙ୍କର ଶେଷକୃତ୍ୟ ସାରି ଫେରୁଥିବାବେଳେ ସଡ଼କ ଦୁର୍ଘଟଣାରେ ୬ ଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଛି । ବିହାରର ପିପ୍ରା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଲୋକମାନେ ମଙ୍ଗଳବାର ସକାଳେ ସେମାନଙ୍କର ଜଣେ ସଂପର୍କୀୟଙ୍କର ଶେଷକୃତ୍ୟରେ ପାଟନାରେ ଯୋଗଦେଇ ନିଜ ଗ୍ରାମକୁ ଫେରୁଥିଲେ । ବାଟରେ ସେମାନଙ୍କ ଗାଡି ସହିତ ଏଲପିଜି ବୋଝେଇ ଏକ ଟ୍ରକ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ଦୁର୍ଘଟଣାରେ ୬ ଜଣଙ୍କର ପ୍ରାଣହାନି ଘଟିଥିବାବେଳେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି । ସ୍ଥାନୀୟ ଲୋକମାନେ ସେଠାରେ ପହଞ୍ଚି ମୃତାହତଙ୍କୁ ସେମାନେ ଯାଉଥିବା ଗାଡି ମଧ୍ୟରୁ ଉଦ୍ଧାର କରିଥିଲେ । ପରେ ଆହତମାନଙ୍କୁ ଚିକିତ୍ସା ନିମନ୍ତେ ହାସପାତାଳରେ ଭର୍ତ୍ତି କରାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories