www.samajalive.in
Saturday, December 6, 2025
26.1 C
Bhubaneswar

ବଜ୍ରପାତରେ ୬ ଜଣ ମୃତ ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୁଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜ୍ୟର ୫ଟି ଜିଲାରେ ବଜ୍ରପାତ ଘଟି ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାପ୍ତ ସୂଚନା ଅନୁଯାୟୀ କେନ୍ଦ୍ରାପଡ଼ା ଜିଲ୍ଲାରେ ୨ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ଲେଖାଏଁ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି।

ବଜ୍ରପାତ ଯୋଗୁଁ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ଆତ୍ମୀୟଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।  ଏଥିସହିତ ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହିତ ସେମାନଙ୍କ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି କହିଛନ୍ତି ।

- Advertisement -

ସୂଚନାଯୋଗ୍ୟ ଯେ ଗତକାଲି ବଜ୍ରପାତରେ ୯ ଜଣଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହିତ ସହାୟତା ଘୋଷଣା କରିଥିଲେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories