www.samajalive.in
Saturday, December 6, 2025
26.1 C
Bhubaneswar

ଉତ୍ତରପ୍ରଦେଶର କାନପୁରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୬ ମୃତ, ୧୩ ଆହତ

କାନପୁର : ଉତ୍ତରପ୍ରଦେଶର କାନପୁରରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଭୋଗନୀପୁର କୋତବାଲୀ ଅନ୍ତର୍ଗତ ମଉଖାସ ଗାଁ ନିକଟରେ ମୁଗଲ ରାସ୍ତାକଡକୁ ଭାରସାମ୍ୟ ହରାଇ ଏକ ଟ୍ରକ ଓଲଟି ୬ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ଜଣାପଡିଛି। ଏହାସହ ୧୩ ଜଣ ଆହତ ମଧ୍ୟ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପ୍ରାର୍ଥମିକ ଚିକିତ୍ସା ପରେ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସମସ୍ତ ଯାତ୍ରୀମାନେ ଘାଟମପୁର ଥାନା ଅନ୍ତର୍ଗତ ବରନାବ ଗାଁର ବାସିନ୍ଦା ହୋଇଥିବା ବେଳେ ଟ୍ରକରେ ଆଳୁ ଆଣିବାକୁ ସିରସାଗଞ୍ଜ ଯାଉଥିଲେ। ଚାଳକଙ୍କର ଗାଡି ଉପରୁ ନିୟନ୍ତ୍ରଣ ହଟିବାରୁ ଟ୍ରକଟି ରାସ୍ତା କଡକୁ ଓଲଟି ପଡିଥିଲା।
ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଟ୍ରକରୁ ମୃତାହତଙ୍କୁ ଉଦ୍ଧାର କରିଥିଲେ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories