www.samajalive.in
Saturday, December 13, 2025
21.1 C
Bhubaneswar

୬ ଘଣ୍ଟିଆ ଓଡ଼ିଶା ବନ୍ଦ ଆଜି

ଭୁବନେଶ୍ୱର : ପେଟ୍ରୋଲ, ଡିଜେଲ ଓ ଗ୍ୟାସର ଅହେତୁକ ମୂଲ୍ୟବୃଦ୍ଧି ବିରୋଧରେ ଆଜି ସକାଳ ୭ଟାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ପ୍ରଦେଶ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦବେଳେ ଯେଭଳି କିଛି ଅଘଟଣ ନଘଟେ ସେଥିପ୍ରତି ପୁଲିସ ସଜାଗ ରହିଛି। ତେବେ ଏହି ବନ୍ଦ ଡାକରା ଯୋଗୁଁ ଯାନବାହନ ଚଳାଚଳ ପ୍ରଭାବିତ ହେବାର ଆଶଙ୍କା ରହିଛି। ବନ୍ଦ ଡାକରା ପାଇଁ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ରାଜ୍ୟର ସମସ୍ତ ଜିଲା କଂଗ୍ରେସ ସଭାପତି, ଜିଲା କଂଗ୍ରେସ ନେତୃବର୍ଗ ଏବଂ ବ୍ଲକ କଂଗ୍ରେସ ନେତୃବୃନ୍ଦ ତତ୍‍ ସହିତ ଯୁବ କଂଗ୍ରେସ, ଛାତ୍ର କଂଗ୍ରେସ, ମହିଳା କଂଗ୍ରେସ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ, ବରିଷ୍ଠ କଂଗ୍ରେସ ନେତୃବର୍ଗ, ରାଜ୍ୟ କଂଗ୍ରେସର ସମସ୍ତ ଛାମୁଆ ଓ ପ୍ରକୋଷ୍ଠର ନେତା ଓ
କର୍ମୀ ବନ୍ଦରେ ସାମିଲ ହୋଇ ଏହାକୁ ସଫଳ କରିବାକୁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି। ଏହି ବନ୍ଦରେ ରାଜ୍ୟର ୩୦ ଗୋଟି ଜିଲା ସଭାପତି ମାନେ ଯେଭଳି ସହଯୋଗ କରିବେ ସେଥିପାଇଁ ଜିଲା ପ୍ରଭାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ପେଟ୍ରୋଲ, ଡିଜେଲ ଓ ଜାଳେଣି ଗ୍ୟାସର ଅହେତୁକ ମୂଲ୍ୟ ବୃଦ୍ଧି, ରାଜ୍ୟରେ ବେକାରୀ ସଂଖ୍ୟା ବୃଦ୍ଧି, ନାରୀ ନିର୍ଯାତନା, ଶିଶୁ ନିଖୋଜ, ଚାଷୀ ସମସ୍ୟା, ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା, ରାଜନୈତିକ ହିଂସାକାଣ୍ଡ ବୃଦ୍ଧି ସମେତ ରାଜ୍ୟର ଜଳ, ଜମି ଓ ଜଙ୍ଗଲକୁ ରକ୍ଷା କରିବାରେ ରାଜ୍ୟ ସରକାରଙ୍କର ବିଫଳତା ପ୍ରତିବାଦରେ ଏହି ୬ ଘଣ୍ଟିଆ ବନ୍ଦ ଡକରା ଦିଆଯାଇଛି। ଏହି ବନ୍ଦ ସମୟରେ ହସ୍‍ପିଟାଲ, ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍, ଦମକଳ, ଆମ୍ବୁଲାନ୍ସ, ଦୁଗ୍ଧ ଗାଡ଼ି, ବରଯାତ୍ରୀ ଗାଡ଼ି ଏବଂ ସ୍ୱର୍ଗରଥ ଗାଡ଼ିକୁ ଏହି ବନ୍ଦରୁ ବାଦ ଦିଆଯାଇଛି। ଏହାର ସଫଳତା ପାଇଁ ଶ୍ରୀ ପଟ୍ଟନାୟକ ରାଜ୍ୟବାସୀଙ୍କର ସମର୍ଥନ ଓ ସହଯୋଗ କାମନା କରିଛନ୍ତି।
୭ ଘଣ୍ଟା ବସ୍‌ ଚଳାଚଳ ବନ୍ଦ: ସଂଘ
କଂଗ୍ରେସର ପକ୍ଷରୁ ସୋମବାର ରାଜ୍ୟବ୍ୟାପୀ ବନ୍ଦ ଡାକରାକୁ ଦୃଷ୍ଟି ରଖି ଦିନ ୧ଟା ପର୍ଯ୍ୟନ୍ତ ଘରୋଇ ବସ ଚଳାଚଳ ବନ୍ଦ ରହିବ ବୋଲି ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘର କୋଷାଧ୍ୟକ୍ଷ ବରଦା ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି। ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ୭ ଘଣ୍ଟା ଧରି ସମସ୍ତ ବସ ଚଳାଚଳ ବନ୍ଦ ରହିବ ବୋଲି ସେ କହିଛନ୍ତି। ଦିନ ଗୋଟିଏ ପରେ ବିଭିନ୍ନ ସ୍ଥାନକୁ ବସ୍‌ ଚଳାଚଳ ସ୍ବାଭାବିକ ହେବ। ବସ୍‌ ଓ ଯାତ୍ରୀଙ୍କ ସୁରକ୍ଷା ତଥା ବୃହତ‌ର ସ୍ବାର୍ଥକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି। ପେଟ୍ରୋଲ, ଡିଜେଲ ଓ ଗ୍ୟାସ ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡକରା ଦିଆଯାଇଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories