www.samajalive.in
Monday, December 15, 2025
26.1 C
Bhubaneswar

ଗଙ୍ଗାରେ ବୁଡ଼ିଗଲେ ପରିବାରର ୧୭ ସଦସ୍ୟ; ୧୧ ଉଦ୍ଧାର, ୬ ନିଖୋଜ

ପଟନା: ବିହାରର ପଟନା ଅନ୍ତର୍ଗତ ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୬ ଯାତ୍ରୀ ନିଖୋଜ ହୋଇଯାଇଛନ୍ତି। ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ଯାତ୍ରୀମାନଙ୍କୁ ଖୋଜିବା ଲାଗି ଏସଡିଆରଏଫ ପକ୍ଷରୁ ଉଦ୍ୟମ ଜାରି ରହିଛି। ଗଙ୍ଗା ଦଶହରା ପାଳନ ସମୟରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ରବିବାର ଗଙ୍ଗା ଦଶହରା ଉତ୍ସବ ପାଳନ ପାଇଁ ପାଟନାର ଉମାନାଥ ଘାଟରେ ବହୁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା। ଶ୍ରଦ୍ଧାଳୁମାନେ ଗଙ୍ଗା ନଦୀରେ ବୁଡ଼ ପକାଇବାକୁ ସକାଳୁ ସକାଳୁ ଆସିଥିଲେ। ଏକ ଡଙ୍ଗାରେ ଗୋଟିଏ ପରିବାରର ୧୭ ଜଣ ନଦୀରେ ଆସୁଥିବାବେଳେ ଡଙ୍ଗାଟି ଓଲଟି ପଡ଼ିଥିଲା। ଫଳରେ ସମସ୍ତେ ନଦୀରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ପହଁରାଳି ତୁରନ୍ତ ଉଦ୍ଧାର କାର୍ଯ୍ୟରେ ଲାଗିପଡ଼ିଥିଲେ। ଖବର ପାଇ ଏସଡିଆରଏଫ ଏବଂ ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିଥିଲେ। ପରିବାରର ୧୧ ଜଣଙ୍କୁ ଉଦ୍ଧାର କରାଯାଇଥିଲା। ଅନ୍ୟ ୪ ଜଣଙ୍କ ପତ୍ତା ମିଳୁ ନ ଥିବାବେଳେ ସେମାନଙ୍କୁ ଖୋଜାଖୋଜି ଜାରି ରହିଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories