www.samajalive.in
Sunday, December 14, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପଞ୍ଚଭୂତରେ ଲୀନ ହେଲେ ଓଲିଉଡ଼ ଅଭିନେତା ପିଣ୍ଟୁ ନନ୍ଦ.. ପୁରୀ ସ୍ବର୍ଗଦ୍ବାରରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି.. ପୁଅ ସାଇ ପିଣ୍ଟୁଙ୍କୁ ମୁଖାଗ୍ନି ଦେଇଛନ୍ତି..

ଏକାମ୍ର କ୍ଷେତ୍ରରେ ୧୪ ମନ୍ଦିରର ଉନ୍ନତି ପାଇଁ ଖର୍ଚ୍ଚ ହେବ ୪ କୋଟି.. ୧୪ଟି ମନ୍ଦିର ବୁଲିବା ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା..

- Advertisement -

ଗୋପାଳର ମାନସିକ ସ୍ଥିତି ଯାଞ୍ଚ ଆବେଦନ ପୁଣି ଖାରଜ.. ମାନସିକ ସ୍ଥିତି ଯାଞ୍ଚ ପାଇଁ ନିମହାନ୍ସକୁ ନେବା ଲାଗି କ୍ରାଇମବ୍ରାଞ୍ଚ କରିଥିବା ଆବେଦନକୁ ଝାରସୁଗୁଡା ଅତିରିକ୍ତ ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତ ଖାରଜ କରିଛନ୍ତି..

ଭୁବନେଶ୍ୱରରେ ବିଜେପି ପକ୍ଷରୁ ଏତଲା.. ଯୁବ ମୋର୍ଚ୍ଚା କର୍ମକର୍ତ୍ତାଙ୍କୁ ମାଡ ମାରିବା ମାମଲାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ରାଜ୍ୟର ବିଭିନ୍ନ ଥାନାରେ ଏତଲା ଦିଆଯାଇଛି..

କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଡାକ୍ତରଖାନାରେ ଭର୍ତ୍ତି.. ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀସ୍ଥିତ ‘ସାର୍‌ ଗଙ୍ଗା ରାମ୍‌ ହସ୍ପିଟାଲ୍‌’ରେ ଭର୍ତ୍ତି କରାଯାଇଛି.. ଛାତିରେ ସଂକ୍ରମଣ ହୋଇଥିବା ସୂଚନା..

ଲୋକସେବା ଭବନସ୍ଥିତ କନ୍‌ଭେନସନ ସେଣ୍ଟରଠାରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜ୍ୟ ମହିଳା ଓ ଶିଶୁବିକାଶ ବିଭାଗ ପକ୍ଷରୁ ଏକ ସପ୍ତାହବ୍ୟାପୀ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି.. ମୁଖ୍ୟମନ୍ତ୍ରୀ କହିଲେ ମହିଳା ସଶକ୍ତିକରଣ କେବଳ ଏକ ସ୍ଲୋଗାନ ନୁହେଁ, ଏବେ ଏହା ଏକ ବାସ୍ତବତା..

ଇନ୍ଦୋର ଟେଷ୍ଟରେ ଅଷ୍ଟ୍ରେଲିଆଠାରୁ ହାରିଲା ଭାରତ..

ଭବାନିପାଟଣା କେବିକେ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ କନ୍ଦର୍ପ ପ୍ରଧାନଙ୍କ ଘରେ ଭିଜିଲାନ୍ସ ଚଢଉ.. ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସର ଚଢଉ..

କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ସଦର ମହକୁମାରେ ଭୂମିକମ୍ପ ଅନୁଭୂତ ହୋଇଛି.. ଭୋର ୫ଟା ୫ ମିନିଟରେ ବିକଟାଳ ଶବ୍ଦ ହୋଇ ଘରଦ୍ୱାର ଥରିବାକୁ ଲାଗିଥିଲା.. ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୪.୫ ଥିଲା..

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories