www.samajalive.in
Thursday, December 11, 2025
23.1 C
Bhubaneswar

ରାଜ୍ୟରେ ଆଉ ୬୧୬ ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରୁ ପୁଣିଥରେ ସର୍ବାଧିକ ୨୮୩

ଭୁବନେଶ୍ବର : ରାଜ୍ୟରେ ଆଜି ଆଉ ୬୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩ ହଜାର ୭୩୭ରେ ପହଞ୍ଚିଛି। ଆଜି ଚିହ୍ନଟ ୬୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୧୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୦୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ରାଜ୍ୟର ୨୩ ଜିଲାରୁ ୬୧୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗଞ୍ଜାମ ଜିଲାରୁ ପୁଣିଥରେ ସର୍ବାଧିକ ୨୮୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୭, ବାଲେଶ୍ୱରରୁ ୨୭, ବରଗଡରୁ ୩୧, ଭଦ୍ରକରୁ ୨, କଟକରୁ ୨୩, ଢେଙ୍କାନାଳରୁ ୭, ଗଜପତି ରୁ ଜଣେ, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୭, ଝାରସୁଗୁଡାରୁ ୧୧, କନ୍ଧମାଳରୁ ୬, କେନ୍ଦ୍ରାପଡାରୁ ଜଣେ, କେନ୍ଦୁଝରରୁ ୨୩, ଖୋର୍ଦ୍ଧାରୁ ୨୯, କୋରାପୁଟରୁ ୫୦, ମାଲକାନଗିରିରୁ ୧୪, ମୟୁରଭଞ୍ଜରୁ ୧୩, ନବରଙ୍ଗପୁରରୁ ୪୦, ନୂଆପଡାରୁ ୫, ପୁରୀରୁ ଜଣେ, ସୁନ୍ଦରଗଡରୁ୫ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୪୧ ହଜାର ୫୩୭ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧୩ ହଜାର ୭୩୭ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮ ହଜାର ୭୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୨୧ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ୪ ହଜାର ୮୯୬ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories