www.samajalive.in
Sunday, December 7, 2025
26.1 C
Bhubaneswar

କରୋନାରେ ଦିନକରେ ୬୩ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଗତକାଲି ଦିନକ ମଧ୍ୟରେ ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅନୁଗୁଳ ଜିଲା ଓ ବଲାଙ୍ଗୀର ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ବାଲେଶ୍ୱର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ବରଗଡ ଜିଲାରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩ ଜଣଙ୍କର କରୋନାରେ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୯ ଜଣ ରହିଛନ୍ତି।
ସେହିଭଳି ବଉଦ ଜିଲାରୁ ୩ ଜଣ, ଢେଙ୍କାନାଳ ଜିଲାରୁ ୪, ଗଜପତିରୁ ଜଣେ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଯାଜପୁର ଜିଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କନ୍ଧମାଳରୁ ଜଣେ, କେନ୍ଦ୍ରାପଡାରୁ ୪, କେନ୍ଦୁଝର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୟୁରଭଞ୍ଜ ଜିଲାରୁ ୬ ଜଣ ପ୍ରାଣ ହରାଇଥିବାବେଳେ ନୟାଗଡ ଜିଲାରୁ ୩, ପୁରୀ ଜିଲାରୁ ୫ ଜଣଙ୍କର ମୃତ୍ୟୁ ଘଟିଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories