ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ମୟୁରଭଞ୍ଜ ଜିଲାରେ ୩ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ସେହିଭଳି ଅନୁଗୁଳ, ଭଦ୍ରକ, ବଉଦ, ଦେବଗଡ, ଢେଙ୍କାନାଳ, କେନ୍ଦ୍ରାପଡା, ନୟାଗଡ ଓ ପୁରୀରୁ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।

Comments are closed.