ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଅପରାହ୍ନ ୩ଟା ସୁଦ୍ଧା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ୬୫.୫୬% ମତଦାନ ହୋଇଥିବା ସୂଚନା ମିଳିଛି। ସମସ୍ତ ବୁଥରେ ସୁରୁଖୁରୁରେ ମତଦାନ ଚାଲିଥିବା ଜଣାପଡ଼ିଛି।
ଅନ୍ୟପଟେ ୪୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ କରାଯାଇଛି। ନିର୍ବାଚନ ପ୍ରକ୍ରିୟାରେ ଗୋପନୀୟତା ଉଲ୍ଲଂଘନ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।



