www.samajalive.in
Saturday, December 6, 2025
14.1 C
Bhubaneswar

ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର

ଡେସ୍କ: ଆସନ୍ତା ୧୩ରେ ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୭ହଜାର ୩୦୩ଟି ମତଦାନ କେନ୍ଦ୍ର ହୋଇଥିବା ବେଳେ ୭୪୮ଟି ସହରାଞ୍ଚଳ ଓ ୬ ହଜାର ୫୫୫ଟି ଗ୍ରାମାଞ୍ଚଳରେ ରହିଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ମତଦାତା ସଂଖ୍ୟା ହିସାବରେ କୋରାପୁଟ ସଂସଦୀୟ କ୍ଷେତ୍ରରେ ସର୍ବନିମ୍ନ ୧୪ ଲକ୍ଷ ୮୦ ହଜାର ୯୨୨ ଜଣ ମତଦାତା ଓ କଳାହାଣ୍ଡି ସଂସଦୀୟ କ୍ଷେତ୍ରରେ ସର୍ବାଧିକ ୧୭ ଲକ୍ଷ ୭୮୦ ଜଣ ମତଦାତା ରହିଛନ୍ତି । ବିଧାନସଭା କ୍ଷେତ୍ରଗୁଡ଼ିକ ମଧ୍ୟରେ ଲକ୍ଷ୍ମୀପୁରରେ ସର୍ବନିମ୍ନ ୧ ଲକ୍ଷ ୭୩ ହଜାର ୭୨୧ ଜଣ ଓ ଧର୍ମଗଡ଼ରେ ସର୍ବାଧିକ ୨ ଲକ୍ଷ ୬୧ ହଜାର ୭୦୮ ଜଣ ମତଦାତା ରହିଛନ୍ତି। ଏହି ଚତୁର୍ଥ ପର୍ଯ୍ୟାୟରେ ସାମଗ୍ରିକ ଭାବରେ ୩୯ ହଜାର ୯୯୫ ଜଣ ୮୫ ବର୍ଷରୁ ଉର୍ଦ୍ଧ୍ୱ ମତଦାତା, ୧ ହଜାର ୨୯୪ ଜଣ ୧୦୦ ବର୍ଷ ବୟସରୁ ଊର୍ଦ୍ଧ୍ୱ ମତଦାତା, ୩୧ ଜଣ ପ୍ରବାସୀ ମତଦାତା ଓ ୬ ହଜାର ୨୯୬ ଜଣ ସର୍ଭିସ୍ ଭୋଟର ରହିଛନ୍ତି।

ପ୍ରସ୍ତୁତି ଚୂଡାନ୍ତ, ମେ’ ୧୩ ସୋମବାର ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ

- Advertisement -

ସୂଚନା ମୁତାବକ, ଏହି ପର୍ଯ୍ୟାୟରେ ମୋଟ ୬୬୨ଟି ଆଦର୍ଶ ମତଦାନ କେନ୍ଦ୍ର ସ୍ଥାପନ କରାଯାଇଥିବା ବେଳେ ପ୍ରାୟ ୫୩ ହଜାର ଜଣ ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି। ତେବେ ୭ ହଜାର ୩୦୩ଟି ବୁଥ ମଧ୍ୟରୁ ପ୍ରାୟ ୬୦% ବୁଥରେ ନିର୍ବାଚନ ଦିନ ୱେବ୍‌ କାଷ୍ଟିଙ୍ଗ କରାଯିବ ବୋଲି ଜଣାପଡିଛି।

ପ୍ରଧାନମନ୍ତ୍ରୀଙ୍କ ଚାଲେଞ୍ଜର ଜବାବ ଦେଲେ ପାଣ୍ଡିଆନ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories