www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ଦିନକରେ ୬୭ ଜୀବନ ନେଲା କରୋନା; ଖୋର୍ଦ୍ଧାରୁ ସର୍ବାଧିକ ୨୫ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫ ଜଣ ଅଛନ୍ତି। କଟକ, ଖୋର୍ଦ୍ଧା, ବାଲେଶ୍ୱର ଭଳି କିଛି ଜିଲାରେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ହ୍ରାସ ପାଉନଥିବାବେଳେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିଚାଲିବା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି।

 

- Advertisement -

ଏହି ସମୟ ମଧ୍ୟରେ ଗଞ୍ଜାମରୁ ୮ ଏବଂ ସୁନ୍ଦରଗଡ ଜିଲାରୁ ୭ ଜଣ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ଏଥିସହିତ ମୟୁରଭଞ୍ଜ ଓ ପୁରୀ ଜିଲାରୁ ୬ ଜଣ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେହିଭଳି ବରଗଡ ଜିଲାରୁ ୪, ନୟାଗଡରୁ ୩, ଅନଗୁଳ ଓ ଭଦ୍ରକରୁ ଜଣେ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏମାନଙ୍କ ବ୍ୟତୀତ ବଉଦ, ଗଜପତି ଓ ଜଗତସିଂହପୁର ଜିଲାରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଯାଜପୁର, କଳାହାଣ୍ଡି ଏବଂ କନ୍ଧମାଳରୁ ମଧ୍ୟ ଜଣେ ଲେଖାଏଁ କରୋନା ରୋଗୀଙ୍କର ଜୀବନ ଯାଇଛି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୯୨କୁ ବୃଦ୍ଧିପାଇଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories