www.samajalive.in
Wednesday, December 10, 2025
14.1 C
Bhubaneswar

ରାଜ୍ୟରେ ଆଉ ୬୭ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୬୭ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୨୦ ଜଣ ରହିଛନ୍ତି। ସେହିଭଳି ଜଗତସିଂହପୁର ଜିଲାରେ ୧୪ ଓ ଢେଙ୍କାନାଳରେ ୮ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଯାଜପୁର ଜିଲାରେ ୬ ଜଣ, ବାଲେଶ୍ୱରରେ ୫, ଅନୁଗୁଳ ଓ କେନ୍ଦ୍ରାପଡାରେ ୩ ଜଣ ଲେଖାଏଁ, ଭଦ୍ରକ ଓ ମୟୁରଭଞ୍ଜରେ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ରାଜ୍ୟର କେନ୍ଦୁଝର, ନବରଙ୍ଗପୁର, ପୁରୀ, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୪୨୬କୁ ବୃଦ୍ଧିପାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories