ରାଜ୍ୟରେ ଆଉ ୬୮ ଜଣ କରୋନା ରୋଗୀଙ୍କ ମୃତ୍ୟୁ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଆଉ ୬୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯୦୨ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଅନୁଗୁଳ ଜିଲାରୁ ୮, ଖୋର୍ଦ୍ଧାରୁ ୭, ଗଞ୍ଜାମ ୭ ଜଣ ପ୍ରାଣ ହରାଇଛନ୍ତି। ବାଲେଶ୍ୱର ଓ ପୁରୀ ଜିଲାରୁ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବାବେଳେ କଟକ ଓ ମୟୁରଭଞ୍ଜରୁ ୪ ଜଣ ଲେଖାଏଁ ରୋଗୀଙ୍କର ମୃତ୍ୟୁ ଘଟିଛି। ସେହିଭଳି ବରଗଡ, ବଲାଙ୍ଗିର, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡ ଜିଲାରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ଜୀବନ ଯାଇଛି। ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନବରଙ୍ଗପୁର ଓ ସମ୍ବଲପୁର ଜିଲାରେ ୨ ଜଣ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେହିଭଳି ବଉଦ, ଯାଜପୁର ଓ କନ୍ଧମାଳରୁ ଜଣେ ଲେଖାଏଁ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି।
Comments are closed.