www.samajalive.in
Wednesday, December 10, 2025
23.1 C
Bhubaneswar

ଶପଥ ନେବେ ନୀତିଶ : ବଦଳିଲା ସମୟ

ସମାଜ ଲାଇଭ ଡ଼େସ୍କ : ଆସନ୍ତାକାଲି ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନୀତିଶ କୁମାର । କିନ୍ତୁ ଏହାରି ଭିତରେ ଶପଥ ସମୟକୁ ନେଇ ବଡ ପରିବର୍ତ୍ତନ କରଯାଇଛି । ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ଆସନ୍ତାକାଲି ଦିନ ୧୧:୩୦ରୁ ୧୨ ଟା ମଧ୍ୟରେ ଶପଥ ନେଇଥାନ୍ତେ ନୀତିଶ । କିନ୍ତୁ ମିଳିଥିବା ସୂଚନା ଅନୁସାରେ ଆସନ୍ତାକାଲି ୧୧:୩୦ ପରିବର୍ତ୍ତେ ୧:୩୦ ରୁ ୨ଟା ମଧ୍ୟରେ ନୀତିଶ ନୀତିଶ ଶପଥ ନେବାକୁ ଧାର୍ଯ୍ୟ କରଯାଇଛି । ଆସନ୍ତାକାଲି ପାଟନା ଗାନ୍ଧୀ ମୈଦାନରେ ଦିନ ୧:୩୦ ରୁ ୨ଟା  ମଧ୍ୟରେ ଶପଥ ନେବାକୁ ସ୍ଥିର ହୋଇଛି । ନୀତିଶଙ୍କ ସହ ସମ୍ରାଟ ଚୌଧୁରୀ ଓ ବିଜୟ ସିହ୍ନା ପୁଣି ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ  । ଏହାରି ମଧ୍ୟରେ ନୀତିଶ ଇସ୍ତଫା ଦେବା ପାଇଁ  ବିହାର ରାଜଭବନରେ ପହଁଚିଛନ୍ତି । ଆସନ୍ତାକାଲି ନୀତିଶଙ୍କ ଶପଥ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ଏନଡିଏ ଶାସିତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବେ । ଏଥିପାଇଁ ପାଟନା ଗାନ୍ଧୀ ମୈଦାନରେ ଜୋରଦାର ପ୍ରସ୍ତୁତି ଚାଲିଛି ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories