www.samajalive.in
Wednesday, December 10, 2025
16.1 C
Bhubaneswar

କୋରାପୁଟରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି। ଅଧିକରୁ ଅଧିକ କୋଭିଡ ରୋଗୀ ଏହି ଚିକିତ୍ସା ପଦ୍ଧତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ କହିଛନ୍ତି।  ଗୁରୁବାର କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ ରୋଗ ପାଇଁ ପ୍ଲାଜମା ଚିକିତ୍ସା ପଦ୍ଧତିରେ ଓଡିଶା କେବଳ ଭାରତ ନୁହେଁ, ସାରା ବିଶ୍ବରେ ଏକ ଅଗ୍ରଗଣ୍ୟ ସ୍ଥାନ ହାସଲ କରିପାରିଛି। ଆମର ଡାକ୍ତର ଓ ମେଡିକାଲ ଟିମ୍‌ର ଦକ୍ଷତା ଓ ପ୍ରତିବଦ୍ଧତା ଯୋଗୁ ଏହା ସଫଳ ହୋଇପାରିଛି ଏବଂ ଆମେ ସେମାନଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ରାଜ୍ୟର ସବୁ ନାଗରିକଙ୍କୁ ଅତ୍ୟାଧୁନିକ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର କେହି ଜଣେ ବି ରୋଗୀ ଅତ୍ୟାଧୁନିକ ଚିକିତ୍ସାରୁ ବଞ୍ଚିତ ହେବେ ନାହିଁ। ବର୍ତ୍ତମାନ ଏହି ନୂଆ ପ୍ଲାଜମା ବ୍ୟାଙ୍କ ଉଦ୍‌ଘାଟିତ ହେବା ଦ୍ବାରା ରାଜ୍ୟର ସବୁ ଅଞ୍ଚଳର କୋଭିଡ ରୋଗୀମାନେ ପ୍ଲାଜମା ଚିକିତ୍ସାର ସୁବିଧା ପାଇପାରିବେ।
ଆଦିବାସୀବହୁଳ କୋରାପୁଟ ଜିଲ୍ଲାରେ ଏହି ବ୍ୟାଙ୍କ ଖୋଲିବା ଦ୍ବାରା ସେହି ଅଞ୍ଚଳର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଆଉ ଏକ ମାଇଲଷ୍ଟୋନ ହୋଇପାରିଛି ଏବଂ ଆଧୁନିକ ଚିକିତ୍ସା ପଦ୍ଧତି ଉପରେ ଆମର ଜନଜାତି ଭାଇଭଉଣୀଙ୍କ ଆସ୍ଥା ଓ ବିଶ୍ବାସକୁ ଅଧିକ ସୁଦୃଢ କରିଛି ବୋଲି ସେ କହିଥିଲେ।
ଏହି ଅବସରରେ କୋଭିଡରୁ ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିମାନେ ପ୍ଲାଜମା ଦାନ କରି ଅନ୍ୟ ମାନଙ୍କ ଜୀବନ ରକ୍ଷା ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ପୁଣିଥରେ ଆହ୍ବାନ ଜଣାଇଥିଲେ। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଓ ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ  ପଦ୍ମିନୀ ଦିଆନ କହିଥିଲେ ଯେ କୋରାପୁଟରେ ପ୍ଲାଜମା ବ୍ୟାଙ୍କ ସ୍ଥାପନ ହେବାଦ୍ବାରା ଓଡିଶାର ଦକ୍ଷିଣାଞ୍ଚଳର କୋଭିଡ ରୋଗୀମାନେ ଉପକୃତ ହେବେ। ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ସଫଳ କରି ପ୍ଲାଜମା ଦାନ କରିବା ପାଇଁ ଯୋଗ୍ୟ ବ୍ୟକ୍ତିମାନେ ଅଧିକ ସଂଖ୍ୟାରେ ଆଗେଇ ଆସିବାକୁ ଦୁଇ ମନ୍ତ୍ରୀ ଆହ୍ବାନ ଜଣାଇଥିଲେ।
ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ପ୍ରଦୀପ୍ତ କୁମାର ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ ଏବଂ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ଲାଜମା ବ୍ୟାଙ୍କ ସଂପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ଏବଂ ମୁଖ୍ୟମନ୍ତ୍ରୀ ଜଣେ ପ୍ଲାଜମା ଦାତାଙ୍କ ସହ କଥାହୋଇ ତାଙ୍କର ମହନୀୟତା ପାଇଁ ଧନ୍ୟବାଦ ଜଣାଇଥିଲେ। କାର୍ଯ୍ୟକ୍ରମରେ ମନ୍ତ୍ରୀ  ଜଗନ୍ନାଥ ସାରକା, ନବରଂଗପୁର ସାଂସଦ  ରମେଶ ଚନ୍ଦ୍ର ମାଝୀ, ଜୟପୁର ବିଧାୟକ  ତାରାପ୍ରସାଦ ବାହିନୀପତି ଏବଂ କୋରାପୁଟ ବିଧାୟକ  ରଘୁରାମ ପଡାଲ  ମୁଖ୍ୟ ଶାସନ ସଚିବ  ଅସିତ କୁମାର ତ୍ରିପାଠୀ, ଉନ୍ନୟନ କମିଶନର  ସୁରେଶ ଚନ୍ଦ୍ର ମହାପାତ୍ର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ସ୍ବତନ୍ତ୍ର ରିଲିଫ କମିଶନର  ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ।

Hot this week

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

Related Articles

Popular Categories