ଦିନକ ମଧ୍ୟରେ ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୨ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଥିବାବେଳେ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା ଜିଲାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ସେହିଭଳି ସୁନ୍ଦରଗଡ ଜିଲାରେ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Comments are closed.