www.samajalive.in
Friday, December 5, 2025
27.1 C
Bhubaneswar

କୋଇଲା ଖଣିରେ ବିସ୍ଫୋରଣ ଘଟି ୭ ମୃତ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗର ବୀରଭୂମ ଜିଲା ଅନ୍ତର୍ଗତ ଗଙ୍ଗାରାମଚକ-ଭଦୁଳିଆ କୋଇଲା ଖଣିରେ ସୋମବାର ସକାଳେ ବିସ୍ଫୋରଣ ଘଟି ୭ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୩ ଜଣ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଏକ ଟ୍ରକରେ ରଖାଯାଇଥିବା ବିସ୍ଫୋରକରେ ବିସ୍ଫୋରଣ ଘଟିବାରୁ ଏଭଳି ଅଘଟଣ ଘଟିଛି। ଆହତମାନଙ୍କୁ ସୁରିସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜଣେ ବରିଷ୍ଠ ପୁଲିସ ଅଧିକାରୀ ସୂଚନା ଦେଇଛନ୍ତି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ, ମୃତକଙ୍କ ଶରୀରର ଖଣ୍ଡ ବିଖଣ୍ଡିତ ଅଂଶ ଏବଂ ଟ୍ରକରେ ରଖାଯାଇଥିବା ଲୁହା ସ୍କ୍ରାପ ୫୦୦ ମିଟର ଦୂରରେ ପଡ଼ିଥିଲା।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories