www.samajalive.in
Saturday, December 6, 2025
26.1 C
Bhubaneswar

ବିଷାକ୍ତ ମଦ ପିଇ ୭ ମୃତ, ୨୦ରୁ ଅଧିକ ଗୁରୁତର

ଉତ୍ତର ପ୍ରଦେଶର ଅଲୀଗଡ଼ରେ ବିଷାକ୍ତ ମଦ ପିଇ ୭ ଜଣଙ୍କର ମୃତ୍ୟୁ ଘଟିଛି। ୨୦ରୁ ଅଧିକ ଲୋକଙ୍କ ଅବସ୍ଥା ଗୁରୁତର ରହିଛି। ସ୍ଥାନୀୟ ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା ଚାଲିଛି। ମୃତକଙ୍କ ମଧ୍ୟରେ ଅଲୀଗଡ଼ର ଏଚପି ଗ୍ୟାସ କାରଖାନାର ଟ୍ରକ ଡ୍ରାଇଭରଙ୍କ ସମେତ ଲୋଧା ଅଞ୍ଚଳର କରସୁଆ, ନିମାନା, ହୈଭତପୁର, ଅଣ୍ଡଲା ଗାଁର ଲୋକ ସାମିଲ ଅଛନ୍ତି।

ବିଷାକ୍ତ ମଦ ମୃତ୍ୟୁ ଘଟଣା ସାମ୍ନାକୁ ଆସିବା ପରେ ଅଲୀଗଡ଼ରେ ଆତଙ୍କର ବାତାବରଣ ଖେଳିଯାଇଛି। ଏହା ସହିତ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ଅଲୀଗଡ଼ ଜିଲାପାଳ ଚନ୍ଦ୍ରଭୂଷଣ ସିଂହଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କର ମୃତ୍ୟୁ ଘଟିଛି। ଘଟଣାର ତଦନ୍ତ କରାଯାଉଛି। ତଦନ୍ତରୁ ଯେଉଁମାନେ ଦୋଷୀ ବୋଲି ଜଣାପଡ଼ିବେ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

- Advertisement -

ଗାଁ ନିକଟରେ ଥିବା ଏକ ଭାଟିରୁ ଲୋକମାନେ ମଦ କିଣି ପିଇଥିଲେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଏହାପରେ ଜଣକ ପରେ ଜଣେ ୭ ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ଏଚପି ଗ୍ୟାସ କାରଖାନାର ୨ ଜଣ ଡ୍ରାଇଭର ସାମିଲ ଅଛନ୍ତି। ପ୍ରଶାସନିକ ଅଧିକାରୀ ଏବଂ ପୁଲିସ ଘଟଣାସ୍ଥଳରେ ତଦନ୍ତ କରିବା ସହିତ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories