www.samajalive.in
Saturday, December 6, 2025
19.1 C
Bhubaneswar

କେଦାରନାଥ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି

ଡେସ୍କ: ଉତ୍ତରାଖଣ୍ଡରେ ଆଜି ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। କେଦାରନାଥ ମନ୍ଦିର ପରିଦର୍ଶନ ସାରି ଫେରୁଥିବା ବେଳେ ଖରାପ ପାଗ ଯୋଗୁ ଏହି ଦୁର୍ଘଟଣା ଘଟିଥିବା ପ୍ରାଥମିକ ଭାବେ କୁହାଯାଇଛି। ରୁଦ୍ରପ୍ରୟାଗ ଜିଲ୍ଲା ବିପର୍ଯୟ ପରିଚାଳନା ଅଧିକାରୀ ନନ୍ଦନ ସିଂ କହିଛନ୍ତି, ଦୁର୍ଘଟଣା ପରେ ଗରୁଡ଼ ଚଟି ନିକଟରେ ହେଲିକପ୍ଟରଟି ଜଳିଯାଇଛି। ଆଜି ପୂର୍ବାହ୍ନ ୧୧.୪୦ ମିନିଟରେ ଏହି ଦୁର୍ଘଟଣା ଘଟିଛି।

ହେଲିକପ୍ଟରରେ ତୀର୍ଥଯାତ୍ରୀମାନେ କେଦାରନାଥରୁ ଗୁପ୍ତକାଶୀ ଯାଉଥିଲେ। ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ କହିଛନ୍ତି ଯେ କେନ୍ଦ୍ର ସରକାର ଏହି ଘଟଣା ନେଇ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories