www.samajalive.in
Monday, December 15, 2025
15.1 C
Bhubaneswar

୭ କେନ୍ଦ୍ରମନ୍ତ୍ରୀ ରାଜ୍ୟସଭାକୁ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ

ଶ୍ରୀନଗର : ମାର୍ଚ୍ଚ ୨୩ରେ ୧୬ଟି ରାଜ୍ୟର ୫୮ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଇତିମଧ୍ୟରେ ସାତଜଣ କେନ୍ଦ୍ରମନ୍ତ୍ରୀ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏମାନେ ହେଲେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ପ୍ରକାଶ ଜାଭଡେକର, ଆଇନ ମନ୍ତ୍ରୀ ରବିଶଙ୍କର ପ୍ରସାଦ, ପେଟ୍ରୋଲିୟମ ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ସାମାଜିକ ନ୍ୟାୟ ଓ ସଶକ୍ତିଗରଣ ମନ୍ତ୍ରୀ ତୱାରଚାନ୍ଦ ଗେହଲଟ୍‌, ପଞ୍ଚାୟତିରାଜ ରାଷ୍ଟ୍ରମନ୍ତ୍ରୀ ପୁରୁଷୋତ୍ତମ ରୁପାଲା ଓ ସଡକ ପରିବହନ ରାଷ୍ଟ୍ରମନ୍ତ୍ରୀ ମନସୁଖ ମାଣ୍ଡାଭିଆ।

ଇତିମଧ୍ୟରେ ଗୁଜରାଟ, ରାଜସ୍ଥାନ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ବିହାର, ଆନ୍ଧ୍ରପ୍ରଦେଶ, ହିମାଚଳ ପ୍ରଦେଶ, ଓଡ଼ିଶା, ହରିୟାଣା ଓ ଉତ୍ତରାଖଣ୍ଡରେ ପ୍ରମୁଖ ରାଜନୈତିକ ଦଳର ପ୍ରାର୍ଥୀମାନେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇସାରିଛନ୍ତି। ତେବେ ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ, କର୍ଣ୍ଣାଟକ, ଝାଡ଼ଖଣ୍ଡ, ଛତିଶଗଡ ଓ ତେଲେଙ୍ଗାନା ଭଳି ଛଅଟି ରାଜ୍ୟରେ ରାଜ୍ୟସଭା ଆସନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିବ। ଉତ୍ତର ପ୍ରଦେଶର ୧୦ଟି ରାଜ୍ୟସଭା ଆସନ ପାଇଁ ୧୧ ଜଣ ପ୍ରାର୍ଥୀ ନିର୍ବାଚନ ରଣାଙ୍ଗନରେ ଅବତୀର୍ଣ୍ଣ ହୋଇଛନ୍ତି ଏମାନଙ୍କ ମଧ୍ୟରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲି ଓ ସମାଜବାଦୀ ପାର୍ଟିର ଜୟା ବଚ୍ଚନ ଅନ୍ୟତମ। ପଶ୍ଚିମବଙ୍ଗରେ ପାଞ୍ଚଟି ଆସନ ପାଇଁ ଛଅଜଣ ପ୍ରାର୍ଥୀଙ୍କ ମଧ୍ୟରେ ଲଢେଇ ଦେଖିବାକୁ ମିଳିବ। ଅପରପକ୍ଷରେ କର୍ଣ୍ଣାଟକର ୪ଟି ଆସନ ପାଇଁ ପାଞ୍ଚଜଣ, ତେଲେଙ୍ଗାନାରେ ୩ଟି ଆସନରେ ଚାରିଜଣ, ଝାଡ଼ଖଣ୍ଡର ୨ଟି ଆସନ ନିମନ୍ତେ ତିନିଜଣ ଓ ଛତିଶଗଡର ଗୋଟିଏ ଆସନ ପାଇଁ ଦୁଇଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories