www.samajalive.in
Saturday, December 6, 2025
26.1 C
Bhubaneswar

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪: ରିଷବ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା, ‘ଦମନ’ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

ସମାଜ ଡିଜିଟାଲ ଡେସ୍କ: ଘୋଷଣା ହୋଇଛି ଜାତୀୟ ଚଳଚ୍ଚିତ୍ର ପୁରସ୍କାର ୨୦୨୪। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଥିବାବେଳେ ଚଳିତ ବର୍ଷ ଶ୍ରେଷ୍ଠ ଅଭିନେତା ଭାବେ ରିଷବ ଶେଟ୍ଟୀଙ୍କ ନାମ ଘୋଷଣା କରାଯାଇଛି। ଚର୍ଚ୍ଚିତ ଚଳଚ୍ଚିତ୍ର ‘କାନ୍ତାରା’ ପାଇଁ ସେ ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ। ଅପରପକ୍ଷେ ନିତ୍ୟା ମେନନ୍‌ ଓ ମାନସୀ ପାରେଖ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ମନୋନୀତ ହୋଇଛନ୍ତି। ‘ତିରୁଚିତ୍ରାମ୍ବଲମ’ ପାଇଁ ନିତ୍ୟା ଓ ‘କଚ୍ଛ ଏକ୍ସପ୍ରେସ୍‌’ ପାଇଁ ମାନସୀ ପାରେଖଙ୍କୁ ଏହି ପୁରସ୍କାର ପ୍ରଦାନ କରାଯିବ। ସେହିପରି ‘ଦମନ’କୁ ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ମନୋନୀତ କରାଯାଇଛି। ଚଳଚ୍ଚିତ୍ରର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀକୁ ପରଦାରେ ପ୍ରଦର୍ଶିତ କରାଯାଇଥିଲା। ଅଭିନେତା ବାବୁ ଶାନ୍ ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ। ଏଥିସହ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ଶର୍ମିଲା ଟାଗୋର ଓ ମନୋଜ ବାଜପେୟୀଙ୍କ ‘ଗୁଲମୋହର’କୁ ମନୋନୀତ କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories