www.samajalive.in
Wednesday, December 10, 2025
23.1 C
Bhubaneswar

ନୂଆପଡ଼ା: ଅପରାହ୍ନ ୫ଟା ସୁଦ୍ଧା ୭୫.୩୭% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ୭୫.୩୭% ମତଦାନ ହୋଇଥିବା ସୂଚନା ମିଳିଛି। ସମସ୍ତ ବୁଥରେ ସୁରୁଖୁରୁରେ ମତଦାନ ଚାଲିଥିବା ଜଣାପଡ଼ିଛି।

ଅନ୍ୟପଟେ ୪୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ କରାଯାଇଛି। ନିର୍ବାଚନ ପ୍ରକ୍ରିୟାରେ ଗୋପନୀୟତା ଉଲ୍ଲଂଘନ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।

- Advertisement -

ଅନ୍ୟପଟେ ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories