www.samajalive.in
Monday, December 15, 2025
26.1 C
Bhubaneswar

ନୂଆପଡ଼ା: ଅପରାହ୍ନ ୫ଟା ସୁଦ୍ଧା ୭୫.୩୭% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନ ପାଇଁ ମଙ୍ଗଳବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନମଣ୍ଡଳୀର ସମସ୍ତ ବୁଥରେ ୭୫.୩୭% ମତଦାନ ହୋଇଥିବା ସୂଚନା ମିଳିଛି। ସମସ୍ତ ବୁଥରେ ସୁରୁଖୁରୁରେ ମତଦାନ ଚାଲିଥିବା ଜଣାପଡ଼ିଛି।

ଅନ୍ୟପଟେ ୪୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ କରାଯାଇଛି। ନିର୍ବାଚନ ପ୍ରକ୍ରିୟାରେ ଗୋପନୀୟତା ଉଲ୍ଲଂଘନ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି।

- Advertisement -

ଅନ୍ୟପଟେ ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories