www.samajalive.in
Thursday, December 11, 2025
16.1 C
Bhubaneswar

୭୫୪୦ ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲ ମାନଙ୍କରେ ବିଭିନ୍ନ ବିଷୟରେ ଖାଲି ଥିବା ଶିକ୍ଷକ ପଦବୀ ପୂରଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ଅନୁଯାୟୀ ଖୁବଶୀଘ୍ର ୭୫୪୦ ହାଇସ୍କୁଲ ନିଯୁକ୍ତ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଓଡିଶା ଷ୍ଟାଫ ସିଲେକ୍‌ସନ କମିଶନଙ୍କୁ ଅନୁରୋଧ କରାଯାଇଛି। ଏହି ପଦବୀ ଗୁଡିକ ପୂରଣ ହେବା ପରେ ରାଜ୍ୟର ସମସ୍ତ ୪୮୪୮ଟି ସରକାରୀ ହାଇସ୍କୁଲର ସବୁ ଶିକ୍ଷକ ପଦବୀ ପୂରଣ ହୋଇପାରିବ। ଟିଜିଟି (କଳା), ଟିଜିଟି (ପିସିଏମ ଓ ସିବିଜେଡ୍), ସଂସ୍କୃତ, ହିନ୍ଦି, ଉର୍ଦ୍ଦୁ, ତେଲୁଗୁ ଓ ଶାରୀରିକ ଶିକ୍ଷକ ପଦବୀ ପୂରଣ ନିମନ୍ତେ ଚୟନ ପ୍ରକ୍ରିୟା ଆରମ୍ଭ କରାଯିବ।
ପ୍ରକାଶ ଥାଉ କି, ୨୦୨୧-୨୨ ବର୍ଷରେ କରାଯାଇଥିବା ଦୁଇଟି ଚୟନ ପ୍ରକ୍ରିୟାରେ ୧୩ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକ ପଦବୀ ପୂରଣ କରାଯାଇ ବିଭିନ୍ନ ସରକାରୀ ବିଦ୍ୟାଳୟ ମାନଙ୍କରେ ନିଯୁକ୍ତ କରାଯାଇଥିଲା। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାରଙ୍କ ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ କାର୍ଯ୍ୟକ୍ରମରେ ରୂପାନ୍ତର ଆଣିବା ପ୍ରକ୍ରିୟା ଜାରି ରହିଥିବା ବେଳେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମକୁ ଗୁରୁତ୍ବ ଦିଆଯାଇ ପିଲାମାନଙ୍କ ପାଇଁ ଆଧୁନିକ ଶିକ୍ଷା ବ୍ୟବସ୍ଥା କରାଯାଇଛି। କମ୍ପୁଟର, ଇଣ୍ଟରନେଟ ଠାରୁ ଆରମ୍ଭ କରି ଇ-ଲାଇବ୍ରେରୀ, ଉନ୍ନତ ଖେଳ ଉପକରଣ ଓ ପଡିଆ ତଥା ଅନ୍ୟାନ୍ୟ ସୁବିଧାର ବିକାଶ କରାଯାଉଛି। ୫-ଟିରେ ନିଯୁକ୍ତି କାର୍ଯ୍ୟକ୍ରମକୁ ମଧ୍ୟ ତ୍ବରାନ୍ବିତ କରାଯାଉଛି। ବିଭିନ୍ନ ବିଭାଗରେ ଥିବା ଖାଲି ପଦବୀ ଗୁଡିକୁ ସଂପୂର୍ଣ୍ଣ ସ୍ବଚ୍ଛତାର ସହିତ କ୍ଷୀପ୍ର ଗତିରେ ପୂରଣ କରାଯାଉଛି। ଗତ କିଛି ବର୍ଷ ମଧ୍ୟରେ ବିଭିନ୍ନ ବିଭାଗର ହଜାର ହଜାର ପଦବୀ ପୂରଣ କରାଯାଇଥିବା ବେଳେ ଏହି ନିଯୁକ୍ତି ପ୍ରକ୍ରିୟା ଆଗକୁ ମଧ୍ୟ ଜାରି ରହିବ ବୋଲି ସୂଚନା ଦିଆଯାଇଛି।

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories