www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି : ଆଜି ସର୍ବାଧିକ ୭୫୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି। ପ୍ରତିଦିନ ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ଆଉ ୭୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଏହା ସର୍ବାଧିକ ଅଟେ। ଆଜି ଚିହ୍ନଟ ୭୫୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ୯୫୬ରେ  ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୨୪୭ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜଣାପଡିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ଆଜି ଚିହ୍ନଟ ହୋଇଥିବା ୭୫୫  ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩୨୦ ଜଣ ରହିଥିବା ବେଳେ ସୁନ୍ଦରଗଡରୁ ୬୨, ଯାଜପୁରରୁ ୮୬, କଟକରୁ ୫୫, ଖୋର୍ଦ୍ଧାରୁ ୫୯, ଗଜପତିରୁ ୩୦, କେନ୍ଦୁଝରରୁ ୩୨,  ଅନଗୋଳରୁ ୩,ବାଲେଶ୍ୱରରୁ ୯, ବରଗଡରୁ ୧, ଭଦ୍ରକରୁ ୨, ବଲାଙ୍ଗୀର ୧୨,  ଦେଓଗଡରୁ ୪, ଢେଙ୍କାନାଳରୁ ୪, ଜଗତସିଂପୁର ୫, କନ୍ଧମାଳରୁ ୨, କୋରାପୁଟରୁ ୫, ମାଲଗାନଗିରିରୁ ୧୮, ମୟୂରଭଞ୍ଜ ୧୨, ନୟାଗଡରୁ ୧୬, ପୁରୀରୁ ୧୧ ଓ ସମ୍ବଲପୁରରୁ ୨ ଜଣ ରହିଛନ୍ତି ।

- Advertisement -


ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୨୧ ହଜାର ୪୪୩ ଟି ନମୂନା ପରୀକ୍ଷଣ କରାଯାଇଥିବା ବେଳେ ୧୧ ହଜାର ୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୭ ହଜାର ୪୦୭ ଜଣ ସୁସ୍ଥ ହୋଇଥିବା ବେଳେ ୫୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୧୭ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪ ହଜାର ୪୭୬ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories