www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟରେ ୭୬୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ରବିବାର ଗୋଟିଏ ଦିନରେ ୭୬୧ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ୧୮ ବର୍ଷ ବୟସରୁ କମ୍‍ ୧୦୧ ଜଣ ରହିଛନ୍ତି। ଏଥିସହିତ ସଂଗରୋଧରୁ ୪୪୩ ଓ ସ୍ଥାନୀୟ ସଂକ୍ରମିତ ୩୧୮ ଜଣ ରହିଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୬, ବାଲେଶ୍ୱର ୫୨, ବରଗଡ ୧୮, ଭଦ୍ରକ ୮ ଓ ବଲାଙ୍ଗିରରୁ ୨ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ବଉଦ ୧, କଟକ ୧୧୭, ଦେବଗଡ ୧୨, ଢେଙ୍କାନାଳ ୧୨, ଗଜପତି ୨, ଗଞ୍ଜାମ ୩ ଓ ଜଗତସିଂହପୁରରୁ ୧୮ ଚିହ୍ନଟ ହୋଇଛନ୍ତି। ଯାଜପୁରରୁ ୩୫, ଝାରସୁଗୁଡା ୧, କେନ୍ଦ୍ରାପଡା ୧୫, କେନ୍ଦୁଝର ୫, ଖୋର୍ଦ୍ଧାରୁ ୧୮୯ ଚିହ୍ନଟ ହୋଇଛନ୍ତି। ଏଥିସହିତ ମାଲକାନଗିରି ୨, ମୟୁରଭଞ୍ଜ ୨୪, ନବରଙ୍ଗପୁର ୧, ନୟାଗଡ ୧୨, ପୁରୀ ୧୩, ରାୟଗଡାରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ସମ୍ବଲପୁର ୨୦, ସୋନପୁର ୧, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୬୪ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକ ମଧ୍ୟରେ ୧୦୭୮ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ୮୯୧୭ ସକ୍ରିୟ ସଂକ୍ରମିତ ରହିଥିବା ଜଣାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories