ଇମ୍ଫାଲ : ମଣିପୁର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ସୋମବାର ହୋଇଥିବା ଭୋଟରେ ୭୮.୦୩% ମତଦାନ ହୋଇଛି । ଏହି ପର୍ଯ୍ୟାୟରେ ରାଜ୍ୟର ୫ଟି ଜିଲାର ୩୮ ଆସନ ପାଇଁ ଭୋଟ ଗ୍ରହଣ ହୋଇଛି। ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ହୋଇଥିବା ମତଦାନ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି। ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଜଣେ ପୁଲିସ କର୍ମଚାରୀଙ୍କ ସର୍ଭିସ ପିସ୍ତଲରୁ ଭୁଲବଶତଃ ଗୁଳି ଫୁଟି ତାଙ୍କର ମୃତ୍ୟୁ ହୋଇଛି। ଏହି ପର୍ଯ୍ୟାୟରେ ୧୭୩ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଛି। ୬୦ ଆସନ ବିଶିଷ୍ଟ ମଣିପୁର ବିଧାନସଭାର ଅବଶିଷ୍ଟ ୧୨ଟି ଆସନ ପାଇଁ ମାର୍ଚ୍ଚ ୫ରେ ଭୋଟ ଗ୍ରହଣ ହେବ। ମାର୍ଚ୍ଚ ୧୦ରେ ଭୋଟ ଗଣତି ହେବ।
Popular Categories



