www.samajalive.in
Sunday, December 14, 2025
14.1 C
Bhubaneswar

୭ମ ପର୍ଯ୍ୟାୟ ନିର୍ବାଚନ ପାଇଁ ଶେଷ ହେଲା ପ୍ରାର୍ଥୀପତ୍ର ଦାଖଲ

ନୂଆଦିଲ୍ଲୀ : ସପ୍ତମ ପର୍ଯ୍ୟାୟ ନିର୍ବାଚନ ପାଇଁ ସୋମବାର ସନ୍ଧ୍ୟାରେ ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୭ଟି ରାଜ୍ୟ ଓ
ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫୯ଟି ନିର୍ବାଚନ ମଣ୍ଡଳୀରେ ଆସନ୍ତା ମାସ ୧୯ ତାରିଖ ଦିନ ଭୋଟ୍‍ ଗ୍ରହଣ ହେବ।

ମଙ୍ଗଳବାର ପ୍ରାର୍ଥୀପତ୍ରଗୁଡିକ ଯାଞ୍ଚ୍‍ ହେବ। ଗୁରୁବାର ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ମନୋନୟନ ପତ୍ର ଦାଖଲର ଶେଷ ଦିନରେ  ଅଭିନେତା ତଥା ବିଜେପି ପ୍ରାର୍ଥୀ ସନ୍ନି ଦେଓଲ ଆଜି ପଞ୍ଜାବର ଗୁରୁଦାସପୁର ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ଭାବେ ଶତ୍ରୁଘ୍ନ ସିହ୍ନା ମଧ୍ୟ ପାଟନାସାହିବ ଲୋକସଭା ନିର୍ବାଚନ ମଣ୍ଡଳୀରୁ ଆଜି ପ୍ରାର୍ଥପୀତ୍ର ଦାଖଲ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହି ଆସନରୁ ବିଜେପି ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Hot this week

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

Related Articles

Popular Categories