www.samajalive.in
Monday, December 15, 2025
26.1 C
Bhubaneswar

୧୫୦ ମିଟର ତଳକୁ ଖସିପଡ଼ିଲା ଟେମ୍ପୋ, ୮ ମୃତ

ଡେରାଡୁନ: ଉତ୍ତରାଖଣ୍ଡର ରିଷିକେଶ-ବଦ୍ରିନାଥ ଜାତୀୟ ରାଜପଥରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପାହାଡ଼ି ରାସ୍ତାରେ ଯାଉଥିବା ଏକ ଟେମ୍ପୋ ପ୍ରାୟ ୧୫୦ ମିଟର ତଳକୁ ଖସିପଡ଼ିବାରୁ ୮ ଜଣଙ୍କ ମୃତ୍ୟୁ ଘଟିଛି। ଟେମ୍ପୋଟି ଦୁଇ ପାହାଡ଼ ମଝିରେ ଥିବା ଏକ ନଦୀକୁ ଖସିପଡ଼ିଥିଲା। ଏସଡିଆରଏଫ ଟିମ୍‌‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହିତ ୯ ଜଣ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ପଠାଇଛି।

ଗଡ଼ୱାଲ ଆଇଜି କରନ ସିଂହ ନଗନ୍ୟାଲ କହିଛନ୍ତି, ରୁଦ୍ରପ୍ରୟାଗ ଏସପି ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଟେମ୍ପୋଟି ଉତ୍ତରପ୍ରଦେଶର ନୋଏଡାରୁ ରୁଦ୍ରପ୍ରୟାଗ ଅଭିମୁଖେ ଯାଉଥିଲା। ପାହାଡ଼ି ରାସ୍ତାରେ ଡ୍ରାଇଭର ଭାରସାମ୍ୟ ହରାଇବାରୁ ଗାଡ଼ିଟି ୧୫୦ରୁ ୨୦୦ ମିଟର ତଳକୁ ଖସିପଡ଼ିଥିଲା। ଘଟଣାସ୍ଥଳରୁ ୭ ମୃତଦେହ ଉଦ୍ଧାର ହୋଇଛି। ଅନ୍ୟ ୯ ଜଣଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯିବାବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ଡ୍ରାଇଭର ଅବସ୍ଥା ସଙ୍କଟାପନ୍ନ ରହିଛି।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories