www.samajalive.in
Saturday, December 6, 2025
26.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୮ ଶ୍ରମିକ ମୃତ, ୫୫ ଆହତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶ ଗୁନା ନିକଟସ୍ଥ ସ୍ଥାନରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୮ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୫୫ ଜଣ ଆହତ ହୋଇଛନ୍ତି। କଣ୍ଟେନର ସହିତ ଯାତ୍ରୀବାହୀ ବସର ମୁହାଁମୁହିଁ ଧକ୍କା ହେବା ଫଳରେ ଏପରି ଏକ ଛାତି ଥରା ଦୁର୍ଘଟଣା ଘଟିଛି। ସମସ୍ତ ଶ୍ରମିକ କଣ୍ଟେନରରେ ଯାତ୍ରା କରୁଥିଲେ ।


ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗୁନାର କେଣ୍ଟ ଥାନା ଅଞ୍ଚଳରେ ପ୍ରାୟ ରାତି ୨.୩୦ ମିନିଟରେ ଏହି ହୃଦୟ ବିଦାରକ ଘଟଣା ଘଟିଛି। ବସ୍ ଏବଂ କଣ୍ଟେନର ମୁହାଁମୁହିଁ ଧକ୍କା ଅଟେ ବଡ ମାତ୍ରାରେ ହୋଇଥିଲା ଏହାର ଶବ୍ଦ ପାଖ ଅଂଚଳରେ ଖେଳିଯାଇଥିଲା। ଏହି ଦୁର୍ଘଟଣା ଏତେ ଜୋରରେ ହୋଇଥିଲା ଯେ ଘଟଣାସ୍ଥଳରେ ହିଁ ୮ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଗଲା। ଦୁର୍ଘଟଣା ପରେ କଣ୍ଟେନର ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ଅଛନ୍ତି।

- Advertisement -

ସୂଚନା ଅନୁଯାୟୀ ପୋଲିସ ଏବଂ ପ୍ରଶାସନ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଛନ୍ତି। ସେହିପରି ଏଯାବତ ମୃତକଙ୍କ ପରିଚୟ ମିଳିପାରିନାହିଁ। କେବଳ ଏତିକି ସ୍ପଷ୍ଟ ହୋଇଛି ଯେ ଏମାନେ ସମସ୍ତେ ଉତ୍ତରପ୍ରଦେଶରେ ରହୁଥିଲେ ଏବଂ ମହରାଷ୍ଟ୍ରକୁ ଫେରୁଥିଲେ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories