www.samajalive.in
Saturday, December 6, 2025
26.1 C
Bhubaneswar

ଲକ୍ଷ୍ମୀପୁର ବ୍ଲକରେ ୮୧.୭ ପ୍ରତିଶତ ମତଦାନ

ଲକ୍ଷ୍ମୀପୁର: କୋରାପୁଟ ଜିଲା ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନମଣ୍ଡଳୀ ଲକ୍ଷ୍ମୀପୁର ବ୍ଲକରେ ସାଧାରଣ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି । ବ୍ଲକର ୧୩ଟି ପଞ୍ଚାୟତରେ ୧୦୩ ଗୋଟି ଭୋଟ ଗ୍ରହଣ କେନ୍ଦ୍ର ହୋଇଥିଲା । ସକାଳ ୭ ଟାରୁ ମତଦାନ ଆରମ୍ଭ ହୋଇ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଚାଲିଥିଲା । ତେବେ ବ୍ଲକରେ ୮୧.୭ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ହୋଇଥିଲେ ମଧ୍ୟ ପୁରୁଷଙ୍କ ତୁଳନାରେ ମହିଳାମାନେ ଅଧିକ ସଂଖ୍ୟାରେ ମତଦାନ କରିଛନ୍ତି । ପୁରଷମାନେ ୧୮,୩୨୯ ଖଣ୍ଡ ଭୋଟ ଦେଇଥିବାବେଳେ ମହିଳାମାନେ ୨୦,୦୫୮ ଖଣ୍ଡ ଭୋଟ ଦେଇଛନ୍ତି ।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories