www.samajalive.in
Saturday, December 6, 2025
23.1 C
Bhubaneswar

ବିଷାକ୍ତ ଖାଦ୍ୟ ଖାଇ ୫୦ ଛାତ୍ରୀ ଅସୁସ୍ଥ

ଲମତାପୁଟ: କୋରାପୁଟ ଜିଲ୍ଲା ଲମତାପୁଟ କସ୍ତୁରବା ଗାନ୍ଧୀ ଛାତ୍ରୀବାସରେ ଅଭାବନୀୟ ଘଟଣା ଘଟିଛି। ବିଷାକ୍ତ ଖାଦ୍ୟ ଖାଇ ଛାତ୍ରୀବାସର ୫୦ ଜଣ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି।  ସମସ୍ତ ଅସୁସ୍ଥ ଛାତ୍ରୀଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ରବିବାର ରାତିରେ ଖାଦ୍ୟ ଖାଇବା ପରେ ଅଚାନକ ଭାବେ  ଛାତ୍ରୀବାସର ପ୍ରାୟ ୫୦ଜଣ ଛାତ୍ରୀ ଝାଡାବାନ୍ତି ସହ ପେଟ ବ୍ୟଥାରେ ଆକ୍ରାନ୍ତ ହୋଇଥିଲେ। ଏହା ପରେ ତୁରନ୍ତ ସେମାନଙ୍କୁ ଲମତାପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ୧୦ଜଣ ଛାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।  ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୫ ଜଣିଆ ଡାକ୍ତରୀ ଟିମ୍‌ଙ୍କ ଦ୍ବାରା ଚିକିତ୍ସା ଜାରି ରହିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories