www.samajalive.in
Sunday, December 7, 2025
23.1 C
Bhubaneswar

ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ: ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି

ଭୁବନେଶ୍ବର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ୪ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ‌ସେ ‌ଓଡ଼ିଶାରେ ରହିବାର କାର୍ଯ୍ୟକ୍ରମ ରହିଛି। ଆଜି ସନ୍ଧ୍ୟାରେ ସେ ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିବେ। ବିମାନ ବନ୍ଦରରୁ ସଡକ ପଥରେ ସିଧାସଳଖ ଜୟଦେବ ଭବନରେ ହେବାକୁ ଥିବା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଓ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଗୋପବନ୍ଧୁଙ୍କ ଶ୍ରାଦ୍ଧୋତ୍ସବ କାର୍ଯ୍ୟକ୍ରମରେ ଅତିଥିଭାବେ ଯୋଗଦେବେ।ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ପ୍ରଶାସନ ତତ୍ପର ହୋଇପଡିଛି। ଜୟଦେବ ଭବନ ମଧ୍ୟ ସଜେଇ ହୋଇଛି। କାର୍ଯ୍ୟକ୍ରମ ପରେ ରାଷ୍ଟ୍ରପତି ରାଜଭବନରେ ରାତ୍ରି ଯାପନ କରିବେ। ୭ତାରିଖ ସକାଳେ ବାୟୁସେନାର ସ୍ବତନ୍ତ୍ର ହେଲିକେପ୍ଟରରେ ସେ ପୁରୀ ଯିବେ। ଏହାକୁ ଦୃଷ୍ଟିରେ ରଖି କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
କମିସନରେଟ ପୁଲିସ ପକ୍ଷରୁ ଶୁକ୍ରବାର ଅପରାହ୍ଣ ୪ ଟାରେ କାରକେଡ଼ ରିହାରସାଲ କରାଯାଇଥିଲା। ବ୍ଲୁ -ବୁକ୍ ଅନୁଯାୟୀ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗସ୍ତ ସମୟରେ ସମସ୍ତ ମାର୍ଗକୁ ନୋ ଫ୍ଲାଇଂ ଜୋନ ଘୋଷଣା କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ସମସ୍ତ ରାସ୍ତାକୁ ବନ୍ଦ କରାଯିବ। ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୁଲିସ ଦଳ ଏହି ସୁରକ୍ଷା ବ୍ୟବସ୍ଥାରେ ସାମିଲ ହୋଇଛନ୍ତି। କାର୍ଯ୍ୟକ୍ରମସ୍ଥଳ ପର୍ଯ୍ୟନ୍ତ ରାସ୍ତାରେ ଟ୍ରାଫିକ ଓ ସୁରକ୍ଷା ବ୍ୟବସ୍ଥା ନିମନ୍ତେ ବହୁ ପୁଲିସ ଅଧିକାରୀ ତଥା ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ରୁଫଟପ୍ ସାର୍ପ ସୁଟର ସଜାଗ ରହିବେ। ସେହିପରି ପୁରୀ ଗସ୍ତ ପାଇଁ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଭୁବନେଶ୍ୱରରେ ଉପାୟୁକ୍ତ ପ୍ରତୀକ ସିଂହ ସୁରକ୍ଷା ଦାୟିତ୍ୱରେ ଥିବାବେଳେ ପୁଲିସ ଆୟୁକ୍ତ ସଞ୍ଜୀବ ପଣ୍ଡା ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି। ସମସ୍ତ ୪ଟି ସ୍ଥାନରେ କାରକେଡ଼ ରିହରସାଲ ହୋଇଛି। ଉପାୟୁକ୍ତ ଶ୍ରୀ ସିଂହଙ୍କ ନେତୃତ୍ୱରେ ୬ ଜଣ ଅତିରିକ୍ତ ଉପାୟୁକ୍ତ, ୧୫ ଏସିପି, ୨୫ ଇନ୍ସପେକ୍ଟର, ୧୦୦ ଅଧିକାରୀ, ୪ଟି ଏସ୍‌ଟିଓ ଦଳ ସହ ବମ ସ୍କ୍ବାଡ ଓ ଡଗ୍‌ ସ୍କ୍ବାଡ ମଧ୍ୟ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ ରହିବେ ବୋଲି ଆୟୁକ୍ତ ଶ୍ରୀ ପଣ୍ଡା ସୂଚନା ଦେଇଛନ୍ତି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories