www.samajalive.in
Monday, December 15, 2025
15.1 C
Bhubaneswar

ଆଜିଠୁ ଖୋଲିବ ନବମ ଓ ଏକାଦଶ : ଦୁଇ ଘଣ୍ଟା ପଢ଼ା

ଭୁବନେଶ୍ୱର : ରାଜ୍ୟରେ ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଠପଢା ଚାଲିଥିବା ବେଳେ ଆଜିଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିବ। ପ୍ରାୟ ୧୧ ମାସ ପରେ ନବମ ଓ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନକୁ ଯିବେ। କୋଭିଡ୍ କଟକଣା ଭିତରେ ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ ହେବ। ନବମ ଓ ଏକାଦଶ(ଯୁକ୍ତ ଦୁଇ ପ୍ରଥମ ବର୍ଷ) ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢ଼ା ଆସନ୍ତାକାଲିଠାରୁ ଆରମ୍ଭ ହୋଇ ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ। ସୋମବାରରୁ ଶନିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ଧରି ପାଠପଢ଼ା ହେବ। ପ୍ରତିଦିନ ୩ଟି ପରିୟିଡରେ ପାଠପଢା ହେବ। ରବିବାର ନବମ ଓ ଏକାଦଶ
ଛାତ୍ରଛାତ୍ରୀଙ୍କର ପାଠପଢା ହେବନାହିଁ। ତେବେ ସ୍ଥାନୀୟ ଅଞ୍ଚଳର ପାଣିପାଗକୁ ଦୃଷ୍ଟିରେ ରଖି କ୍ଲାସର ସମୟରେ ପରିବର୍ତ୍ତନ କରିପାରିବେ ସଂପୃକ୍ତ ଜିଲାର ଅଧିକାରୀ।
ନବମ ଓ ଏକାଦଶ ଶ୍ରେଣୀରେ କୌଣସି ପ୍ରକାର ମଧ୍ୟାହ୍ନଭୋଜନ ବିରତି ଦିଆଯିବନି। ସ୍କୁଲ ଆରମ୍ଭ ହେବାର ୩୦ ମିନିଟ୍‌ ପୂର୍ବରୁ ଶିକ୍ଷକ ଶିକ୍ଷୟିତ୍ରୀ ରିପୋର୍ଟିଂ କରିବେ। ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସଂଶୋଧିତ ସିଲାବସ୍‌ ଅନୁଯାୟୀ ପଢାଯିବ। ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ୟୁନିଟ୍‌ ଟେଷ୍ଟ ହେବ। ଏପ୍ରିଲ ଶେଷ ସପ୍ତାହରେ ବାର୍ଷିକ କ୍ଲାସ ପରୀକ୍ଷା ଅନୁଷ୍ଠିତ ହେବ।
ଅନ୍ୟପକ୍ଷରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଅଧୀନରେ ଥିବା ବିଦ୍ୟାଳୟରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ ପାଠପଢା ମଧ୍ୟ ଆସନ୍ତାକାଲି(ସୋମବାର)ଠାରୁ ଆରମ୍ଭ ହେବ। ବିଭାଗ ଅଧୀନରେ ଥିବା ହଷ୍ଟେଲଗୁଡିକ ମଧ୍ୟ ଆସନ୍ତାକାଲିଠାରୁ ଖୋଲିବ। ପ୍ରତ୍ୟେକ ଛାତ୍ରଛାତ୍ରୀ, ହଷ୍ଟେଲ ପରିଚାଳକ ଓ କର୍ମଚାରୀ କୋଭିଡ୍‌-୧୯ ନିୟମକୁ ପାଳନ କରିବେ। ସବୁ ବିଦ୍ୟାଳୟକୁ ବିଶୋଧନ କରିବାକୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ନିୟମିତ ରୂପେ ବିଦ୍ୟାଳୟ ଏବଂ ହଷ୍ଟେଲ ଗୁଡିକର ପରିଚାଳନା, ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଯାଞ୍ଚ କରିବା ବ୍ୟବସ୍ଥାକୁ କଡାକଡି ଅନୁପାଳନ ପାଇଁ ସଂପୃକ୍ତ ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories