www.samajalive.in
Thursday, December 11, 2025
23.1 C
Bhubaneswar

ଆରମ୍ଭ ହେଲା ନବମ ଓ ଏକାଦଶ ଶ୍ରେଣୀ ପାଠପଢା

ଭୁବନେଶ୍ୱର : ରାଜ୍ୟରେ ଆଜିଠାରୁ ନବମ ଓ ଏକାଦଶ ଶ୍ରେଣୀ ଖୋଲିଛି। ପିଲାମାନଙ୍କ ମଧ୍ୟରେ ପାଠପଢା ପାଇଁ ବେଶ ଆଗ୍ରହ ଦେଖିବାକୁ ମିଳିଛି। ପ୍ରାୟ ୧୧ ମାସ ପରେ ନବମ ଓ ଏକାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନେ ଶିକ୍ଷାନୁଷ୍ଠାନକୁ ଆସିଛନ୍ତି। କୋଭିଡ୍ କଟକଣା ଭିତରେ ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ ହୋଇଛି। ନବମ ଓ ଏକାଦଶ(ଯୁକ୍ତ ଦୁଇ ପ୍ରଥମ ବର୍ଷ) ଛାତ୍ରଛାତ୍ରୀଙ୍କ ଶ୍ରେଣୀଗୃହ ପାଠପଢ଼ା ଆଜିଠାରୁ ଆରମ୍ଭ ହୋଇ ଏପ୍ରିଲ ୩୦ ପର୍ଯ୍ୟନ୍ତ ଚାଲିବ। ଦଶମ ଓ ଦ୍ବାଦଶ ଛାତ୍ରଛାତ୍ରୀଙ୍କ ପାଠପଢା ଚାଲିଥିବା ବେଳେ ଆଜି ଠାରୁ ଆଉ ୨ଟି କ୍ଲାସ ଆରମ୍ଭ ହୋଇଛି।

ସୋମବାରରୁ ଶନିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ୮ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ଧରି ପାଠପଢ଼ା ହେବ। ପ୍ରତିଦିନ ୩ଟି ପରିୟିଡରେ ପାଠପଢା ହେବ। ରବିବାର ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କର ପାଠପଢା ହେବନାହିଁ। ତେବେ ସ୍ଥାନୀୟ ଅଞ୍ଚଳର ପାଣିପାଗକୁ ଦୃଷ୍ଟିରେ ରଖି କ୍ଲାସର ସମୟରେ ପରିବର୍ତ୍ତନ କରିପାରିବେ ସଂପୃକ୍ତ ଜିଲାର ଅଧିକାରୀ।
ନବମ ଓ ଏକାଦଶ ଶ୍ରେଣୀରେ କୌଣସି ପ୍ରକାର ମଧ୍ୟାହ୍ନଭୋଜନ ବିରତି ଦିଆଯିବନି। ନବମରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ସଂଶୋଧିତ ସିଲାବସ୍‌ ଅନୁଯାୟୀ ପଢାଯିବ। ନବମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କର ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ୟୁନିଟ୍‌ ଟେଷ୍ଟ ହେବ। ଏପ୍ରିଲ ଶେଷ ସପ୍ତାହରେ ବାର୍ଷିକ କ୍ଲାସ ପରୀକ୍ଷା ଅନୁଷ୍ଠିତ ହେବ।

- Advertisement -

ଅନ୍ୟପକ୍ଷରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଅଧୀନରେ ଥିବା ବିଦ୍ୟାଳୟରେ ମଧ୍ୟ ଆଜିଠାରୁ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହୋଇଛି। ବିଭାଗ ଅଧୀନରେ ଥିବା ହଷ୍ଟେଲଗୁଡିକ ମଧ୍ୟ ଆଜିଠାରୁ ଖୋଲିବ। ପ୍ରତ୍ୟେକ ଛାତ୍ରଛାତ୍ରୀ, ହଷ୍ଟେଲ ପରିଚାଳକ ଓ କର୍ମଚାରୀ କୋଭିଡ୍‌-୧୯ ନିୟମକୁ ପାଳନ କରିବେ। ସବୁ ବିଦ୍ୟାଳୟକୁ ବିଶୋଧନ କରାଯାଇଛି। ନିୟମିତ ରୂପେ ବିଦ୍ୟାଳୟ ଏବଂ ହଷ୍ଟେଲ ଗୁଡିକର ପରିଚାଳନା, ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଯାଞ୍ଚ କରିବା ବ୍ୟବସ୍ଥାକୁ କଡାକଡି ଅନୁପାଳନ ପାଇଁ ସଂପୃକ୍ତ ଜିଲା ସାମାଜିକ ସୁରକ୍ଷା ଅଧିକାରୀଙ୍କୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି।

Hot this week

ମୋଦୀଙ୍କୁ କାହିଁକି ଫୋନ୍ କଲେ ନେତାନ୍ୟାହୁ ?

ନୂଆଦିଲ୍ଲୀ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ...

ବିହାରରୁ ନୀତୀଶ କୁମାରକୁ ବାନ୍ଧିଲା ସିବିଆଇ

ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଭୁବନେଶ୍ବର : ପୁଲିସ ସବ୍‌...

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

Related Articles

Popular Categories