କଳାହାଣ୍ଡି: କଳାହାଣ୍ଡି ଜିଲା ମୂଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଚିକିତ୍ସାରେ ଅବହେଳା କାରଣରୁ ୪ ବର୍ଷର ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଡୁମେରମୁଣ୍ଡା ପଞ୍ଚାୟତ ମୁଖିଗୁଡା ଗାଁର ୪ ବର୍ଷର ଶିଶୁକନ୍ୟା ସଂନ୍ଧ୍ୟା ପୂଝାରୀ ନିମୋନିଆ ରୋଗରେ ପିଡୀତ ଥିଲେ। ସେ ଅସୁସ୍ଥ ଅନୁଭବ କରିବା ପରେ ତାଙ୍କୁ ପ୍ରଥମେ ଧର୍ମଗଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ମାତ୍ର ଦାୟିତ୍ୱରେ ଥିବା ଡାକ୍ତରଙ୍କ ଚିକିତ୍ସାରେ ଅବହେଳା କାରଣରୁ ରୋଗୀର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ସେପଟେ ଏଡିଏମଓ ଡାକ୍ତରଙ୍କ ପକ୍ଷରୁ କୋୖଣସି ଅବହେଳା ହୋଇନି ରୋଗୀ ଶିଶୁକନ୍ୟା ଜଣକ ଗୁରୁତର ଅବସ୍ଥାରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ପ୍ରକାଶ କରିଛନ୍ତି।