ଦ୍ୱାରଶୁଣି : ମୟୁରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ଏକ ଟ୍ରକ ଦୁର୍ଟଘଣାରେ ଟ୍ରକ ଚାଳକ ଗୁରୁତର ଆହତ ହୋଇଛନ୍ତି। ଏକ ଲୁହା ପାଇପ ଵୋଝେଇ ଟ୍ରକ ଘାଟି ଓହ୍ଳାଉ ଥିବା ସମୟରେ ଭାରସାମ୍ୟ ହରାଇ ଶେଷ ବୁଲାଣି ନିକଟରେ ପାହାଡ଼ ପଥରରେ ବାଡେଇ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଫଳରେ ଟ୍ରକ ଚାଳକ ଗାଡି ମଧ୍ୟରେ ଚାପି ହୋଇ ରହିଥିଲେ । ଖବର ପାଇ ବାଙ୍ଗିରିପୋଷି ପୁଲିସ ଓ ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଦୀର୍ଘ ସମୟ ପ୍ରଚେଷ୍ଟା ପରେ ଚାଳକକୁ ଉଦ୍ଧାର କରି ବାଙ୍ଗିରିପୋଷି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଛନ୍ତି। ତେବେ ତାଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆରଏମ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି ।
Popular Categories


