www.samajalive.in
Wednesday, December 10, 2025
14.1 C
Bhubaneswar

ଆସାମ, ହିମାଚଳ ପ୍ରଦେଶରେ ଭୂକମ୍ପ

ନୂଆଦିଲ୍ଲୀ: ଆସାମ ଏବଂ ହିମାଚଳ ପ୍ରଦେଶରେ ଭୂକମ୍ପ ଅନୁଭୂତ ହୋଇଛି। ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁସାରେ, ଏହି ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୩ ରହିଥିଲା। ଭୂକମ୍ପ ଝଟ୍‌କା ଅନୁଭୂତ ହେବା ପରେ ଲୋକମାନେ ଘରୁ ବାହାରିଆସି ସୁରକ୍ଷିତ ସ୍ଥାନକୁ ଚାଲିଯାଇଥିଲେ। ରବିବାର ସକାଳ ୭ଟା ୩ ମିନିଟରେ ଆସାମର କାର୍ବି ଆଙ୍ଗଲୋଙ୍ଗ ଅଞ୍ଚଳରେ ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଥିଲା। ଏହା ପରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଏଥିରେ କେହି ମୃତାହତ ହୋଇଥିବା ସମ୍ପର୍କରେ ଜଣାପଡ଼ି ନାହିଁ।

ଏହା ପୂର୍ବରୁ ହିମାଚଳ ପ୍ରଦେଶରେ ବିଳମ୍ବିତ ରାତିରେ ଭୂକମ୍ପା ଝଟ୍‌କା ଅନୁଭୂତ ହୋଇଥିଲା। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ରହିଥିଲା। ଭୂକମ୍ପ ଯୋଗୁ କୌଣସି କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ମିଳିନାହିଁ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories