www.samajalive.in
Thursday, December 11, 2025
16.1 C
Bhubaneswar

ଖଡ଼ଗପ୍ରସାଦ ଘାଟରେ ଡ଼ଙ୍ଗା ବୁଡ଼ି ଘଟଣା; ଜଣଙ୍କ ମୃତଦେହ ଉଦ୍ଧାର

ଢେଙ୍କାନାଳ :  ଢେଙ୍କାନାଳ ଜିଲା ମୋଟଙ୍ଗା ଥାନା ଅନ୍ତର୍ଗତ ଖଡ଼ଗପ୍ରସାଦ ଘାଟରେ ଡ଼ଙ୍ଗା ବୁଡ଼ି ଘଟଣାରେ ସୋମବାର ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହ ପରଜଙ୍ଗ ଥାନା ଅନ୍ତର୍ଗତ ଗେଙ୍ଗୁଟିଆ ନିକଟରୁ ମିଳିଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ ମୃତଦେହ ଭାସୁଥିବାର ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଚିହ୍ନଟ କରି ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଘଟଣାରେ ଆହୁରି ତିନି ଜଣ ଏବେ ମଧ୍ୟ ନିଖୋଜ ରହିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଶନିବାର ରାତିରେ ବ୍ରାହ୍ମଣୀ ନଦୀର ଖଡ଼ପ୍ରସାଦ ଘାଟରୁ ଏକ ଡ଼ଙ୍ଗାରେ ୯ ଜଣ ନଦୀ ପାର ହେଉଥିବା ସମୟରେ ମଝି ନଈରେ ଡ଼ଙ୍ଗାଟି ଭାରସାମ୍ୟ ହରାଇ ବୁଡ଼ି ଯାଇଥିଲା। ସେମାନଙ୍କ ମଧ୍ୟରେ ୫ ଜଣଙ୍କୁ ପହଁରା ଜଣାଥିବାରୁ ସେମାନେ କୂଳରେ ପହଞ୍ଚି ଘଟଣା ବିଷୟରେ ଜଣାଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories