www.samajalive.in
Saturday, December 13, 2025
14.1 C
Bhubaneswar

ସ୍କୁଲ ପିଲାଙ୍କ ବସ୍ତାନୀ ବୋଝ କମାଇବା ନେଇ ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର : ଛୋଟପିଲାଙ୍କ ବସ୍ତାନୀ ବୋଝ ହାଲୁକା କରିବା ପାଇଁ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଭାବେ ଲାଗୁ କରିବା ପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ପଦକ୍ଷେପ ଗ୍ରହଣ କରାଯାଇଛି। ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ସ୍କୁଲ ପିଲାମାନଙ୍କ ବ୍ୟାଗ୍ ଓଜନ ପରଖିବାକୁ ଖୋର୍ଦ୍ଧା ଜିଲାପାଳ ମଙ୍ଗଳବାର ୩ଟି ଜିଲାସ୍ତରୀୟ ସ୍କ୍ୱାଡ୍ ଗଠନ କରିଥିଲେ। ଆଜିଠୁ ଏହି ସ୍କ୍ୱାଡ୍ ବିଭିନ୍ନ ବିଦ୍ୟାଳୟକୁ ଅଚାନକ ଗସ୍ତ ଆରମ୍ଭ କରିଛି। ଭୁବନେଶ୍ବରର ଦୁଇଟି ପ୍ରତିଷ୍ଠିତ ଘରୋଇ ସ୍କୁଲରେ ବ୍ୟାଗ୍ ଯାଞ୍ଚ କରାଯାଇଛି। ଯାଞ୍ଚ ସମୟରେ ଯଦି କୌଣସି ବ୍ୟାଗ ନିର୍ଦ୍ଧାରିତ ଓଜନ ଠାରୁ ଅଧିକ ଥାଏ କିମ୍ବା ଆଇନ ଉଲ୍ଲଂଘନ ହୋଇଥାଏ, ତେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସରକାର ଦିର୍ଦ୍ଦେଶ ଦେଇଛନ୍ତି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ସ୍କୁଲ ବ୍ୟାଗର ଓଜନ ଧାର୍ଯ୍ୟ କରାଯାଇଛି। ପ୍ରଥମରୁ ଦ୍ବିତୀୟ ଶ୍ରେଣୀର ପିଲାଙ୍କ ପାଇଁ ୧.୫ କେଜି, ତୃତୀୟରୁ ପଞ୍ଚମ ଶ୍ରେଣୀ ପିଲାଙ୍କ ପାଇଁ ୨.୩ କେଜି, ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାଙ୍କ ପାଇଁ ୪ କେଜି, ଅଷ୍ଟମ ଓ ନବମ ଶ୍ରେଣୀ ପିଲାଙ୍କ ପାଇଁ ୪.୫ କେଜି ଏବଂ ଦଶମ ଶ୍ରେଣୀ ପିଲାଙ୍କ ସ୍କୁଲ ବ୍ୟାଗ ୫ କେଜି ରହିବ ବୋଲି ଧାର୍ଯ୍ୟ କରାଯାଇଛି।

ସୂଚନାଯୋଗ୍ୟ, ଗତବର୍ଷ ନଭେମ୍ବର ମାସରେ କେନ୍ଦ୍ର ମାନବସମ୍ବଳ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ସମସ୍ତ ରାଜ୍ୟ ସରକାରଙ୍କୁ ଚିଠି ଲେଖି ସ୍କୁଲଗୁଡ଼ିକରେ ପିଲାଙ୍କ ବ୍ୟାଗର ଓଜନ ହ୍ରାସ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। କେଉଁ ଶ୍ରେଣୀର ପିଲା କେତେ ଓଜନର ବ୍ୟାଗ ଧରିବେ ତାହା ନିର୍ଦ୍ଧାରଣ କରାଯିବା ସହ ପିଲାଙ୍କ ପୁସ୍ତକ ଓ ହୋମୱାର୍କକୁ ନିୟନ୍ତ୍ରିତ କରିବାକୁ କୁହାଯାଇଥିଲା। ମାତ୍ର ରାଜ୍ୟରେ ଏହି ନିୟମକୁ ପାଳନ କରାଯାଉ ନ ଥିଲା। ଏହାପରେ ହାଇକୋର୍ଟ ଏନେଇ ଅସନ୍ତୋଷ ପ୍ରକାଶ କରିବା ପରେ କେନ୍ଦ୍ର ସରକାରଙ୍କ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ଜିଲାପାଳମାନଙ୍କୁ କଡ଼ା ତାଗିଦ୍ କରିଥିଲେ। ତେଣୁ ନିୟମକୁ କଡ଼ାକଡ଼ି କରିବାକୁ ଜିଲାସ୍ତରରେ ସ୍ୱତନ୍ତ୍ର ସ୍କ୍ୱାଡ଼୍ ଗଠନ କରି ଅଚାନକ ଚଢ଼ାଉ ପାଇଁ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories