www.samajalive.in
Wednesday, December 10, 2025
26.1 C
Bhubaneswar

ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ 

କେଶଦୁରାପାଳ : ମୟୁରଭଞ୍ଜ ଜିଲା ଘସିପୁରା ଥାନା ଅନ୍ତର୍ଗତ ୨୦ ନମ୍ୱର  ଜାତୀୟ ରାଜପଥ ଶାଳପଡା ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ନାଁ ସଦାନନ୍ଦ ମହାନ୍ତ ।

ସୂଚନା ଅନୁଯାୟୀ, ସଦାନନ୍ଦ ଭୋଜି ଉଦ୍ଦେଶ୍ୟରେ ମାଂସ ନେଇ ଘସିପୁରାରୁ ଶାଳପଡାକୁ ଯାଉଥିବାବେଳେ ଶାଳପଡ଼ା ଗୁଞ୍ଜନ ଛକ ନିକଟରେ ଏକ ଟ୍ରକ ସାମ୍ନା ପଟୁ ଆସି ତାଙ୍କୁ ଧକ୍କା ଦେଇଥିଲା । ଏହାପରେ ସ୍ଥାନୀୟଲୋକେ ଘସିପୁରା ଦମକଳ ବାହିନୀ ସହଯୋଗରେ ସଦାନନ୍ଦଙ୍କୁ ଆନନ୍ଦପୁର ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘସିପୁରା ପୁଲିସ ଗାଡିକୁ ଜବତ କରି ତଦନ୍ତ କରୁଥିବା ବେଳେ ଗାଡ଼ି ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି ।

Hot this week

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

Related Articles

Popular Categories