www.samajalive.in
Friday, December 12, 2025
19.1 C
Bhubaneswar

ଗୁରୁବାର ରାଶିଫଳ

ମେଷ:ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ଲାଭ କରିବେ। ଶରୀର ସୁସ୍ଥ ରହିବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ଅର୍ଥ ମିଳିବ।
ବୃଷ: ଶ୍ରମ ସାର୍ଥକ ହେବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ। ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ରହିବ।
ମିଥୁନ: ଭାଗ୍ୟଶାଳୀ ହେବେ। ଦିନଟି ଭୋଗବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସ ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ପରିବେଶକୁ ନେଇ ଦୁଶ୍ଚିନ୍ତାରେ ବୁଡିପାରନ୍ତି। ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସର୍ଦ୍ଦି-କଫଜନିତ ପୀଡ଼ା ଉପୁଜି ପାରେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ସିଂହ: ଭୟମୁକ୍ତ ହୋଇପାରନ୍ତି। ବନ୍ଧୁ ସହଯୋଗ ମିଳିବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ପତ୍ନୀଙ୍କ ପରାମର୍ଶରେ ଯଶସ୍ୱୀ ହେବେ।
କନ୍ୟା: ଅଜଣା ବ୍ୟକ୍ତିଙ୍କ ଦ୍ୱାରା ଉପକୃତ ହେବେ। ବନ୍ଧୁ ମିଳନ ଘଟିପାରେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚାକିରିକ୍ଷେତ୍ରରେ ସୁନାମର ଅଧିକାରୀ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ବଳିଷ୍ଠ ହେବେ। ଶତ୍ରୁହନ୍ତା ହୋଇପାରନ୍ତି।
ତୁଳା: ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ବହିବ। ବ୍ୟବସାୟ ଲାଭଜନକ ହେବ।
ବିଛା: ଦାୟିତ୍ୱରେ ପରିବର୍ତ୍ତନ ଘଟିପାରେ। ଉଦାର ସ୍ୱଭାବର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ୱଯୁକ୍ତ ହୋଇପାରନ୍ତି। ଶରୀର ସୁସ୍ଥ ରହିବ। କୃଷି ଉପରେ ଜରୁରୀ ଧ୍ୟାନ ଦେବେ। ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି।
ଧନୁ: ଅର୍ଜନ କରିଥିବା ଅଭିଜ୍ଞତା କାର୍ଯ୍ୟରେ ଲଗାଇ ବିଶେଷ ଉପକୃତ ହେବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଭକ୍ତି ଆଦର ଓ ସମ୍ମାନ ମିଳିବ।
ମକର: କାର୍ଯ୍ୟକ୍ଷେତ୍ରରେ ପ୍ରଚଳିତ ପଦ୍ଧତିକୁ ବନ୍ଦ କରି ନୂତନ ପଦକ୍ଷେପ ନେବେ। ସୌଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ପତ୍ନୀ ବିଳାସୀ ହେବା ଆଶା କରାଯାଏ। ମିତ୍ର ସୁଖଲାଭ କରିବେ।
କୁମ୍ଭ: ଆପଣଙ୍କ ପ୍ରଭାବ ସୁଦୂର ପ୍ରସାରୀ ହେବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଅର୍ଥ ପ୍ରାପ୍ତ ହେବେ।
ମୀନ: ଚିନ୍ତା ଗ୍ରସ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ଥଣ୍ଡା କଫରେ ସାମାନ୍ୟ ପୀଡ଼ା ଭୋଗ କରିବେ। ମଧୁର କଥା କହି ପରକୁ ଆପଣାର କରିବାର କଳା ଆପଣଙ୍କ ଠାରେ ଅଛି। ଖର୍ଚ୍ଚ ପରିମାଣ ବୃଦ୍ଧି ପାଇବ। ସାହସର ସହ କାର୍ଯ୍ୟ କରିବେ। ଜ୍ଞାନ-ଗରିମାଯୁକ୍ତ ହେବେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories