୫ ଦିନ ଯାଏଁ ଲଗାଣ ବର୍ଷା : ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ପ୍ରଭାବ
ଭୁବନେଶ୍ୱର : ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଓ ମନସୁନ୍ ଟ୍ରପଲାଇନ୍ ପ୍ରଭାବରେ କିଛିଦିନ ଧରି ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ଆସନ୍ତା ୧୬ ତାରିଖ ଯାଏଁ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ସହ ଉପକୂଳ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।