www.samajalive.in
Wednesday, December 10, 2025
18.1 C
Bhubaneswar

ନବୀନ ତତ୍ପର – ଶ୍ରୀକ୍ଷେତ୍ର ବିକାଶ ପାଇଁ ନିଯୁକ୍ତ କଲେ ୫ ନୂଆ ଆଇଏଏସ

ପୁରୀ: ବିଶ୍ୱପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୭୫ ମିଟର ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଜାରି ରହିବା ଏବଂ ସେ ନେଇ ବାଦ ବିବାଦ ପିଛା ଛାଡୁନଥିବା ବେଳେ, ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ବିକାଶ କାର୍ଯ୍ୟ ପାଇଁ ୫ ଜଣ ଭାରତୀୟ ପ୍ରଶାସନିକ ସେବା ଅଧିକାରୀଙ୍କୁ ନିଯୁକ୍ତ କରିଛନ୍ତି। ଏହି ଆଇଏଏସ ଅଧିକାରୀମାନେ ହେଉଛନ୍ତି ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ ଭି, ଶୁଭଙ୍କର ମହାପାତ୍ର, ଜେ ସୋନାଲ ଏବଂ ଭୁବନେଶ ଦେବଦାସ ପାଟିଲ। ଏହି ପ୍ରଶାସନିକ ଅଧିକାରୀମାନେ ୨୦୧୮ ବ୍ୟାଚର ଆଇ.ଏ.ଏସ ଅଧିକାରୀ।

ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ବିକଶିତ କରିବା ପାଇଁ ରାଜ୍ୟ ସରକାର ବିଶେଷ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି। ଏହି ସବୁ କାର୍ଯ୍ୟରେ ଜିଲ୍ଲାପାଳଙ୍କୁ ସହଯୋଗ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ୫ ଜଣ ଶିକ୍ଷାନବୀଶ ଆଇ.ଏ.ଏସ ଅଧିକାରୀଙ୍କୁ ନିଯୁକ୍ତ କରିଛନ୍ତି। ସେମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ। ଏହି ଅଧିକାରୀମାନେ ଶୁକ୍ରବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପୁରୀ ଯିବା ପୂର୍ବରୁ ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର.ବାଲକ୍ରିଷ୍ଣନ ଏବଂ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ ସେମାନଙ୍କୁ ୫-ଟି ଅନୁଯାଇ କାର୍ଯ୍ୟ କରିବା ସହ ନିଜ ଦାୟିତ୍ୱ କିପରି ସୁଚାର ରୂପେ ତୁଲାଇବେ ସେ ସଂପର୍କରେ ବୁଝାଇଥିଲେ ଏବଂ ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ।

Hot this week

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

Related Articles

Popular Categories