www.samajalive.in
Monday, December 8, 2025
24.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

ପୁରୀ : ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳର ଡ଼ାଳୁଆଖଣି ସମୁଦ୍ର କୂଳରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମାତ୍ର ଯୁବକଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ସମୁଦ୍ର କୂଳରେ ସକାଳ ସମୟରେ ସ୍ଥାନୀୟଲୋକେ ଏକ ମୃତଦେହ ପଡ଼ିଥିବାର ଦେଖିବାକୁ ପାଇଥିଲେ। ଘଟଣା ବିଷୟରେ ପୁଲିସକୁ ଖବର ଦେଇଥିଲେ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ ଯୁବକଙ୍କ ପରିଚୟ ମିଳିପାରିନଥିବା ଜଣାପଡ଼ିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories